ଧାମରା ଶିଳ୍ପକେନ୍ଦ୍ର, ଟାଉନଶିପ ଲାଗି ମାଷ୍ଟରପ୍ଲାନ ପ୍ରସ୍ତୁତ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାର ପୂର୍ବତଟରେ ବନ୍ଦର-ଭିତ୍ତିକ ଶିଳ୍ପାନ୍ବୟନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଯୋଜନା ବର୍ତ୍ତମାନ ସାକାର ରୂପ ନେଉଛି। ପାରାଦ୍ୱୀପ ସହିତ ଧାମରା ଏବଂ ଗୋପାଳପୁର ଗଭୀର ପୋର୍ଟର ଦୃତ ବିକାଶ ଏ ଦିଗରେ ନୂଆ ସମ୍ଭାବନା ସୃଷ୍ଟି କରିଥିବା ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଆଭାସ ମିଳିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧାମରା ଏବଂ ଗୋପାଳପୁର ବନ୍ଦରର ଅଗ୍ରଗତି ଓ ଧାମରାଠାରେ ବନ୍ଦର-ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା।
ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ ବନ୍ଦରର ବିକାଶ ଏବଂ ସମ୍ପ୍ରସାରଣ ସମ୍ବନ୍ଧରେ ଆଲୋଚନା କରିଥିଲେ। ଧାମରା ପୋର୍ଟର ଅଗ୍ରଗତି ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ବନ୍ଦର ପାଖାପାଖି ସରକାରୀ ଜମିକୁ ଜବର ଦଖଲରୁ ମୁକ୍ତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବନ୍ଦର ପାଖାପାଖି ଶିଳ୍ପ ଉପଯୋଗୀ ସ୍ଥାନରେ ଜମି ଅଧିଗ୍ରହଣ କରି ଶିଳ୍ପାଞ୍ଚଳ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ଉପସ୍ଥିତ ଇଡକୋ ଅଧ୍ୟକ୍ଷ ସଂଜୟ କୁମାର ସିଂକୁ ସେ କହିଛନ୍ତି। ବର୍ତ୍ତମାନ ଧାମରା ପୋର୍ଟର ସମ୍ପ୍ରସାରଣ, ରେଳଲାଇନ୍‌ ସଂଯୋଗ, ଏଲ୍‌.ଏନ୍‌.ଜି. ଟ୍ୟାଙ୍କ୍‌ ର୍ନିମାଣ, ଏୟାର ସ୍ଟ୍ରିପ୍‌ ବିକାଶ ଆଦି କାର୍ଯ୍ୟ ତ୍ୱରାନ୍ବିତ ହୋଇଥିବାରୁ ଏଠାରେ ଏକ ବନ୍ଦର ଭିତ୍ତିକ ସହର ଏବଂ ଶିଳ୍ପାଞ୍ଚଳ ପ୍ରତିଷ୍ଠାର ସମ୍ଭାବନା ବୃଦ୍ଧି ପାଇଛି। ଏଥିପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବା ସହ ଉପଲବ୍ଧ ଜମିର ସୁରକ୍ଷା କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ମନୋଜ ମିଶ୍ର କହିଛନ୍ତି ଯେ, ୨୦୧୧ରେ ବନ୍ଦରର ବାର୍ଷିକ ଦ୍ରବ୍ୟ କାରବାର ୫ ନିୟୁତ ଟନ୍‌ ଥିବା ବେଳେ ଚଳିତ ଆର୍ଥିକ ବର୍ଷ ପେବୃଆରୀ ଶେଷ ସୁଦ୍ଧା ଏହା ୨୯.୩୭ ନିୟୁତ ଟନ୍‌ ରେ ପହଞ୍ଚିଛି। ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ଏହା ୩୦.୫ ନିୟୁତ ଟନ୍‌ ଛୁଇଁବାର ଆଶା କରାଯାଉଛି। ବନ୍ଦରର ମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ ସୁବ୍ରତ ତ୍ରିପାଠୀ କହିଛନ୍ତି, ଏହି ସମୟ ମଧ୍ୟରେ ଧାମରା ବନ୍ଦର ରାଜ୍ୟ ସରକାରଙ୍କୁ ପ୍ରାୟ ୬୧୨ କୋଟି ଟଙ୍କାର ରାଜସ୍ବ ଅଂଶ ଦେଇଛି। ମୁଖ୍ୟ ଶାସନ ସଚିବ ମଧ୍ୟ ଗୋପାଳପୁର ବନ୍ଦରର ଅଗ୍ରଗତି ବିଷୟ ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri