କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ ମଧ୍ୟରେ ମଣ୍ଡି ଖୋଲାଯିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଫଳରେ ଚାଷୀମାନେ ଉତ୍ସାହିତ ହୋଇପଡ଼ିଥିଲେ।

ତେବେ ଅଦ୍ୟାବଧି ସ୍ୱଳ୍ପସଂଖ୍ୟକ ଚାଷୀ ଟୋକନ ମେସେଜ ପାଇଛନ୍ତି। କାକଟପୁର ବ୍ଲକର ୧୫ଟି ସେବା ସମବାୟ ସମିତିରେ ୨୦୨୪-୨୫ରେ ୩୨୧୮ଜଣ ଚାଷୀ ପଞ୍ଜୀକରଣ କରିଥିବାବେଳେ ଚଳିତ ବର୍ଷ ୩୭୬୪ ଜଣ ପଞ୍ଜୀକରଣ କରିଛନ୍ତି।

ସେହିପରି ଅସ୍ତରଙ୍ଗ ବ୍ଲକର ୧୦ଟି ସେବା ସମବାୟ ସମିତିରେ ୨୦୨୪-୨୫ରେ ୨୭୧୩ ଜଣ ଚାଷୀ ପଞ୍ଜୀକରଣ କରିଥିବାବେଳେ ଚଳିତ ବର୍ଷ ୩୨୫୪ଜଣ ପଞ୍ଜୀକରଣ କରିଛନ୍ତି।

ଗତବର୍ଷ ତୁଳନାରେ ଚଳିତବର୍ଷ ଶତ ପ୍ରତିଶତ ଧାନ ଉଠାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଉଛି। ତେବେ ଯେଉଁ ଚାଷୀଙ୍କ ପାଖକୁ ଟୋକନ ଆସିଛି, ତା’ର ସମୟସୀମା ଏକ ମାସ ରହିଥିବା ବେଳେ ଇତିମଧ୍ୟରେ କିଛି ଦିନ ଅତିକ୍ରମ କରିଗଲାଣି।

ମଣ୍ଡି ଖୋଲିବାରେ ବିଳମ୍ୱ ହେଲେ ଟୋକନ ସମୟ ସୀମା ଅତିକ୍ରାନ୍ତ ହୋଇଯିବ। ତେଣୁ ଚାଷୀ ଚିନ୍ତାରେ ରହୁଛନ୍ତି। ସରକାରଙ୍କୁ ଧାନ ବିକି ଚାଷୀମାନେ ସାହୁକାର, ବ୍ୟାଙ୍କ, ସେବା ସମବାୟ ସମିତିରୁ ଆଣିଥିବା ଋଣ ଶୁଝିବା ପାଇଁ ମନସ୍ଥ କରିଥିଲେ। ହେଲେ ଏପର୍ଯ୍ୟନ୍ତ ମଣ୍ଡି ଖୋଲିନାହିଁ। ତେଣୁ ସେମାନେ ଶାଗ ମାଛ ଦରରେ ଧାନ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି।

କେତେଜଣ ଅସାଧୁ ବ୍ୟବସାୟୀ ଏହାର ଫାଇଦା ଉଠାଉଛନ୍ତି। ଚାଷୀଙ୍କଠାରୁ ବାହାର ବ୍ୟବସାୟୀ କୁଇଣ୍ଟାଲ ପିଛା ୧୭ଶହ ଓ ୧୯ଶହ ଟଙ୍କାରେ ଧାନ କିଣିନେଉଛନ୍ତି। ଅନ୍ୟପକ୍ଷରେ ଖୁବଶୀଘ୍ର ମଣ୍ଡି ଖୋଲିବ ବୋଲି ଜିଲା ସମବାୟ ସମିତିର ସହକାରୀ ପଞ୍ଜୀକରଣ ଅଧିକାରୀ ସରୋଜିନୀ ଜେନା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri