୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି। କିନ୍ତୁ ଅନେକ ଲୋକ ବର୍ତ୍ତମାନ ଧାନ ଅମଳ କରି ଦଲାଲ ମାନଙ୍କୁ ବିକ୍ରି କରିବାରେ ଲାଗିଛନ୍ତି। ପ୍ରଶାସନ ମଣ୍ଡି ଖୋଲିବାରେ ବଳମ୍ବ କରୁଥିବା ଯୋଗୁ ଚାଷୀମାନେ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ଏହିଭଳି ପରିସ୍ଥିତିରେଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭା ଗୃହରେ ଶନିବାର ଉପଖଣ୍ଡ ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉପଜିଲାପାଳ ଉମାଶଙ୍କର ବେହେରା ଅଧ୍ୟକ୍ଷତା କରି ଯେଉଁ ଚାଷୀ ମାନେ ମଣ୍ଡିରେ ନାମ ଲଗାଇଛନ୍ତି ସେମାନେ କିଭଳି ଠିକ ଭାବେ ଧାନ ବିକ୍ରି କରିପାରିବେ ସେ ଉପରେ ଗୁରୁତ୍ୱାରୋପ କରିଥିଲେ। ଚାଷୀମାନେ ସେମାନଙ୍କ ଉପଯୁକ୍ତ ପ୍ରାପ୍ୟ କିଭଳି ପାଇବେ ସେଥିପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚାଷୀଙ୍କୁ ଯଦି କୌଣସି କର୍ମଚାରୀ ଅବହେଳା ପ୍ରଦର୍ଶନ କରନ୍ତି ତେବେ ତାଙ୍କ ବରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉପଜିଲାପାଳ ପରୋକ୍ଷରେ ସୂଚାଇ ଦେଇଥିଲେ।

ଅତିରିକ୍ତ ଯୋଗାଣ ଅଧିକାରୀ ଶୁଭ୍ରଜିତ ସାମନ୍ତରାୟ, ଏଆରସିଏସ୍‌ ବିଜୟ କୁମାର ସାହୁ, ଆରଏମ୍‌ସି ସମ୍ପାଦକ ସୁମନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ମତ ରଖିଥିଲେ। ଚଳିତ ମାସ ୨୩ ତାରିଖରୁ ଖରିଫ ଧାନ ମଣ୍ଡି ଖୋଲିବ। ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହା ଚାଲିବ। ଚଳିତବର୍ଷ ଉପଖଣ୍ଡରେ ୪୯ ହଜାର ୭୬୧ ଜଣ ଚାଷୀ ମଣ୍ଡିରେ ଧାନ ବିକ୍ରି କରିବା ପାଇଁନାମ ପଞ୍ଜୀକରଣ କରିଛନ୍ତି। ପଞ୍ଜିକୃତ ଯୋଗ୍ୟ ଚାଷୀଙ୍କଠାରୁ ୧୨୧ଟି ପ୍ରାଥମିକ କୃଷି ସମବାୟ ସମିତି ଓ ୩୬ଟି ଏସଏଚଜିଙ୍କ ଜରିଆରେ ଧାନ କିଣାଯିବ। ସରକାରଙ୍କୁ ଚାଉଳ ଫେରାଇଥିବା ଉପଖଣ୍ଡର ସମସ୍ତ ମିଲର୍ସ ଏଥିରେ ଅଂଶଗ୍ରହଣ କରିଥିଲେ। ଚଳିତ ବର୍ଷ ସମସ୍ତ ମଣ୍ଡିରେ ଚାଷୀମାନେ ଯେପରି ଧାନ ବିକ୍ରି ସମୟରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁଉପ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ବାହାରକୁ ହେଉଥିବା ଧାନ ଚାଲାଣ ଉପରେ ମଧ୍ୟ ନଜର ରଖି ଆବଶ୍ୟକ ପଦକ୍ଷେପ ନିଆଯିବ।ଚାଷୀଙ୍କଠାରୁ ଶାନ୍ତି ଶୃଙ୍ଖଳା ସହ ଧାନ ସଂଗ୍ରହ ଏବଂ ଯେପରି ଅଧିକରୁ ଅଧିକ ପଞ୍ଜିକୃତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଧାନ ବିକ୍ରି କରିପାରିବେ ସେନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଚଳିତ ବର୍ଷ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୬୯ ଓ ଗ୍ରେଡ଼ ଏ ଧାନର ମୂଲ୍ୟ ୨୩୮୯ ଟଙ୍କାକୁ ବୃଦ୍ଧି କରାଯାଇଛି। ଏଥିସହ ଇନପୁଟ ସହାୟତା ୭୩୧ ଟଙ୍କା ପ୍ରଦାନ କରାଯିବ। ଚାଷୀଙ୍କଠାରୁ ଧାନ କିଣିବାର ୨୪ ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଇନ ପୁଟ ଓ ବୋନସ ଟଙ୍କା ଜମା କରାଯିବ। ଚାଷୀ ଏଫଏକ୍ୟୁ ମାନର ଧାନ ଧରି ମଣ୍ଡିକୁ ଆଣିବେ। ମଣ୍ଡି ପଏଣ୍ଟରେ ଆରଏମସି ତରଫରୁ ସମସ୍ତ ପ୍ରକାର ସୁବିଧା କରାଯିବ। ଧାନର ଗୁଣବତା ଚେକ୍‌ କରିବାକୁ ତାଲିମ ପ୍ରାପ୍ତ ବ୍ୟକ୍ତିଙ୍କୁ ନିୟୋଜିତ କରାଯିବ।

ସେହିପରି ଚଳିତ ଥର ସମସ୍ତ ମଣ୍ଡିରେ ଲାଗିଥିବା ସିସିଟିଭି କୁ ନେଇ ଉପଖଣ୍ଡ ମୁଖ୍ୟାଳୟରେ ଏକ କଂଟ୍ରୋଲ ରୁମ ଖୋଲାଯିବ। ସେଥିରେ ଧାନ କିଣା ବିକାର ସମସ୍ତ କାର୍ଯ୍ୟ ନିରୀକ୍ଷଣ କରାଯିବ। ବୈଠକରେ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ସିଡିପିଓ, ବିପିସି,ଏମଆଇଙ୍କ ସମେତ ଆରଏମସି କର୍ମଚାରୀ, ଚାଷୀ ପ୍ରତିନିଧି, ମିଲର୍ସ,ସମବାୟ ସମିତି ସମ୍ପାଦକ,ମହିଳା ସ୍ବୟଂ ସହାୟକ ଦଳର ସଦସ୍ୟା ଯୋଗ ଦେଇଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri