ପତ୍ନୀ ଧନଶ୍ରୀଙ୍କ ସହ ଫଟୋ ଡିଲିଟ୍‌ କରି ଅନ୍‌ଫଲୋ କଲେ ଯୁଜବେନ୍ଦ୍ର, ସ୍ପଷ୍ଟ ହେଲା…

ନୂଆଦିଲ୍ଲୀ,୪।୧: ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼। କିଛିଦିନ ତଳେ ସେ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ଛାଡ଼ପତ୍ର ଦେଉଥିବା ଖବର ଚର୍ଚ୍ଚାରେ ରହିଥିଲା। ହେଲେ ଏଥିରେ ମୋହର ବାଜି ନ ଥିଲେ। ଏବେ କିନ୍ତୁ ଯେଉଁ ନୂଆ ସୂଚନା ଆସିଛି ତାକୁ ଦେଖିଲେ ଏକଥା ଶତ ପ୍ରତିଶତ ସତ ବୋଲି ସ୍ପଷ୍ଟ ହେଉଛି। ସେଇଟି ହେଲା ଉଭୟ ଷ୍ଟାର ପରସ୍ପରକୁ ସୋସିଆଲ ମିଡିଆରେ ଅନ୍‌ଫଲୋ କରିଛନ୍ତି।

୨୦୨୦ରେ ବେଶ ଧୁମ୍‌ଧାମ୍‌ରେ ଧନଶ୍ରୀଙ୍କୁ ବିବାହ କରିଥିଲେ ଚହଲ। ଉଭୟ ଏକାଠି ନୃତ୍ୟ ଭିଡିଓ ମଧ୍ୟ ଶେୟାର କରନ୍ତି। ଏବେ ଦେଖାଯାଇଛି ଯେ ଦମ୍ପତି ଇନଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କରିଛନ୍ତି। ଏପରିକି ଯୁଜବେନ୍ଦ୍ର ସୋସିଆଲ ମିଡିଆରେ ଥିବା ଧନଶ୍ରୀଙ୍କ ସହ ଫଟୋଗୁଡ଼ିକୁ ହଟାଇ ଦେଇଛନ୍ତି। ହେଲେ ଧନଶ୍ରୀ ଏବେ ବି ସେସବୁକୁ ରଖିଛନ୍ତି।

କହିରଖୁଛୁ, ଏହି ଯୋଡ଼ିଙ୍କ ପ୍ରେମ କାହାଣୀ ନୃତ୍ୟରୁ ଆରମ୍ଭ ହୋଇଥିଲା। ଲକ୍‌ଡାଉନ୍‌ ସମୟରେ ଉଭୟ ପରସ୍ପରର ନିକଟତର ହୋଇଥିଲେ। ଏକାଠି ନାଚୁ ନାଚୁ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ବିବାହ ବେଶ ଧୁମ୍‌ଧାମ୍‌ରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?