ଚହଲଙ୍କୁ ବିମାନ ବନ୍ଦର ଛାଡ଼ିବାକୁ ଆସିଲେ ଭାବି ସ୍ତ୍ରୀ ଧନଶ୍ରୀ

ମୁମ୍ବାଇ, ୧୧।୮: ଭାରତୀୟ କ୍ରିକେଟ୍‌ ଦଳର ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ତାଙ୍କ ଜୀବନ ସାଥୀ ବାଛି ସାରିଛନ୍ତି। ଭାରତର ଜଣାଶୁଣା ୟୁଟ୍ୟୁବ ଷ୍ଟାର୍‌ ତଥା କୋରିୟଗ୍ରାଫର ଧନଶ୍ରୀ ବର୍ମାଙ୍କୁ ବିବାହ କରିବେ ଚହଲ। ଗତ ଅଗଷ୍ଟ ୮ରେ ଚହଲ ଓ ଧନଶ୍ରୀଙ୍କ ନିର୍ବନ୍ଧ ଅନୁଷ୍ଠିତ ହୋଇସାରିଛି। ନିର୍ବନ୍ଧ ବେଳର କିଛି ଫଟୋ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରି ଚହଲ ତାଙ୍କ ପ୍ରଶଂସକଙ୍କୁ ସର୍‌ପ୍ରାଇଜ୍‌ ଦେଇଥିଲେ। ନିର୍ବନ୍ଧ ପରେ ଏହି ଯୋଡ଼ି ପ୍ରଥମ ଥର ଲାଗି ସର୍ବସାଧାରଣ ସ୍ଥାନରେ ଏକାଠି ଦେଖିବାକୁ ମିଳିଛନ୍ତି। ଭାବି ସ୍ବାମୀ ଚହଲଙ୍କୁ ବିମାନ ବନ୍ଦର ଛାଡ଼ିବାକୁ ଧନଶ୍ରୀ ମଙ୍ଗଳବାର ମୁମ୍ବାଇ ବିମାନ ବନ୍ଦର ଆସିଥିଲେ। ଚହଲଙ୍କୁ ବିମାନ ବନ୍ଦରରେ ଛାଡ଼ିବା ପରେ ଧନଶ୍ରୀ କାର୍‌ ନେଇ ପଳାଇ ଯାଇଥିବା ଦେଖିବାକୁ ମିଳିଥିଲା।


ପ୍ରକାଶଯୋଗ୍ୟ, ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ସେପ୍ଟମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। କିଛିଦିନ ମଧ୍ୟରେ ଆଇପିଏଲ୍‌ର ସମସ୍ତ ଦଳ ୟୁଏଇ ଅଭିମୁଖେ ପର୍ଯ୍ୟାୟକ୍ରମେ ଗସ୍ତ କରିବେ। ଆଇପିଏଲ୍‌ ପୂର୍ବରୁ ଚହଲ ନିଜ ପ୍ରଶଂସକଙ୍କୁ ଖୁସି ଖବର ଭେଟି ଦେଇଥିଲେ। ଆଇପିଏଲ୍‌ରେ ଚହଲ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳରେ ଖେଳୁଛନ୍ତି। ସେ ଆଇପିଏଲ୍‌ରେ ୮୩ ମ୍ୟାଚ୍‌ ଖେଳି ୧୦୦ ଉଇକେଟ୍‌ ଅକ୍ତିଆର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?