Posted inଖେଳ

ଚହଲ ହ୍ୟାଟ୍ରିକ୍‌ ନେବା ପରେ ସ୍ତ୍ରୀଙ୍କ ଥିଲା ଏମିତି ପ୍ରତିକ୍ରିୟା: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୯।୪: ଆଇପିଏଲ୍‌ ୨୦୨୨ରେ ରାଜସ୍ଥାନ ରୟାଲ୍ସ ବୋଲର୍‌ ୟୁଜଭେନ୍ଦ୍ର ଚହଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ହ୍ୟାଟ୍ରିକ ନେଇଛନ୍ତି। ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଚହଲ ଚଳିତ ଆଇପିଏଲ୍‌ର ପ୍ରଥମ ହ୍ୟାଟ୍ରିକ୍‌ ନେଇ ନିଜ ଦଳକୁ ବିଜୟ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଚହଲ ହ୍ୟାଟ୍ରିକ୍‌ ନେବା ପରେ ଷ୍ଟ୍ରଡିୟମରେ ଉପସ୍ଥିତ ଥିବା ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ପ୍ରତିକ୍ରିୟାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ସ୍ବାମୀଙ୍କ ସଫଳତା ଦେଖି ଖୁସିରେ ଡେଇଁ ପଡିଥିଲେ। ଚହଲ ମଧ୍ୟରେ ଖୁସିରେ କ୍ୟାମେରା ପୋଜ୍‌ ଦେଇଥିଲେ।
କୋଲକାତା ବିପକ୍ଷରେ ଜିତିବା ପାଇଁ ରାଜସ୍ଥାନ ୨୧୮ ରନର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଏକ ସମୟରେ ଲାଗୁଥିଲା ଯେ ମ୍ୟାଚ ରାଜସ୍ଥାନର ହାତରୁ ଚାଲିଯିବ। କିନ୍ତୁ ଚାହଲ ୧୭ ତମ ଓଭରରେ ମ୍ୟାଚକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଥିଲେ। ଚହଲ କୋଲକାତା ଅଧିନାୟକ ଶ୍ରେୟାସ ଆୟର, ଶିବମ ମାଭି ଏବଂ ପ୍ୟାଟ କମିନ୍ସଙ୍କୁ ଆଉଟ୍‌ କରି ଏହି ଓଭରରେ ନିଜର ହ୍ୟାଟ୍ରିକ ନେଇଥିଲେ। ସେହି ସେ ୪ଟି ଉଇକେଟ୍‌ ନେଇଥିଲେ। ଚଳିତ ସିଜନରେ ହ୍ୟାଟ୍ରିକ ନେଇଥିବା ଚହଲ ପ୍ରଥମ ବୋଲର ହୋଇଛନ୍ତି। ସେ ମ୍ୟାଚରେ ୪ ଓଭରରେ ୪୦ ରନ ଦେଇ ୫ ଉଇକେଟ ନେଇଥିଲେ ଏବଂ ଏଥିପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri