Posted inଜାତୀୟ

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ ଫିଙ୍ଗି ଦେଇଥିଲେ। ଶୁକ୍ରବାର ଅପରାହ୍ନରେ ଉଟାଇ ଥାନ୍ତା ଅଞ୍ଚଳରେ ଏହି ଘଟଣା ଘଟିଛି। ଜଣେ ପୋଲିସ ଅଫିସରଙ୍କ କହିବା ଅନୁଯାୟୀ, ନାବାଳିକା ଜଣକ ସ୍କୁଲରୁ ଘରକୁ ଫେରି ପାଖ ଦୋକାନକୁ ଚକୋଲେଟ୍‌ କିଣିବାକୁ ଯାଇଥିଲେ। ସେଠାରେ ଉପସ୍ଥିତ ଥିବା ଅଭିଯୁକ୍ତ ଧନେଶ୍ୱର ସାହୁ (୩୫) ନାବାଳିକାଙ୍କୁ ଚକୋଲେଟ୍‌ ଦେଇ ଘରେ ଛାଡ଼ିଦେବାର ପ୍ରଲୋଭନ ଦେଖାଇ ଅପହରଣ କରିନେଇଥିଲେ। ଦୀର୍ଘ ସମୟଯାଏ ଝିଅ ଘରକୁ ନ ଫେରିବାରୁ ପରିବାର ସଦସ୍ୟ ଓ ଗ୍ରାମବାସୀ ଖୋଜାଖୋଜି କରିଥିଲେ। ୨ ଘଣ୍ଟାର ତଲାସି ପରେ କୂଅ ନିକଟରେ ଏକ ଅଖା ହଲ୍‌ଚଲ ହେଉଥିବା ୨ ଜଣ ଯୁବକ ଦେଖିବାକୁ ପାଇଥିଲେ। ଅଖା ଖୋଲିବାରୁ ନାବାଳିକା ତା’ ଭିତରେ ଥିବା ଓ ପାଟିକୁ ତକିଆ ଖୋଳରେ ବନ୍ଦ କରାଯାଇଥିବା ଦେଖାଯାଇଥିଲା। ନାବାଳିକା ଭୟଭୀତ ଅବସ୍ଥାରେ ଥିଲେ। ଡାକ୍ତରୀ ପରୀକ୍ଷା ପରେ ତାଙ୍କୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଧନେଶ୍ୱରଙ୍କୁ ଗିରଫ କରିଛି। ଫୋରେନ୍‌ସିକ ସାଇନ୍ସ ଲାବରେଟୋରିର ଏକ ଟିମ୍‌ ଘଟଣାସ୍ଥଳରୁ ତଥ୍ୟପ୍ରମାଣ ସଂଗ୍ରହ କରିଥିବା ପାଟନ ପୋଲିସ ଏସ୍‌ଡିପିଓ ଅନୁପ୍‌ ଲାକ୍ରା କହିଛନ୍ତି। ଘଟଣାକୁ ନେଇ ଆଖପାଖ ଗ୍ରାମରେ ଉତ୍ତେଜନା ଦେଖାଦେଇଥିବାବେଳେ ଉତ୍ତ୍ୟକ୍ତ ଲୋକେ ଥାନା ଘେରାଉ କରି ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଉ ବୋଲି ଦାବି କରିଛନ୍ତି। ପୋଲିସ ଲୋକଙ୍କୁ ବୁଝାଶୁଝା କରିବା ପରେ ସ୍ଥିିତି ନିୟନ୍ତ୍ରଣାଧୀନ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?