Posted inଜାତୀୟ

୧୧ ଦିନ ପୂର୍ବରୁ ଧନକର କରିଥିଲେ ବଡ଼ ଘୋଷଣା: ୨୦୨୭ ପରେ, କିନ୍ତୁ ହଠାତ୍‌…

ନୂଆଦିଲ୍ଲୀ,୨୨।୭: ଉପରାଷ୍ଟ୍ରପତି ଜଗଦୀପ ଧନକର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଧନକର ସ୍ବାସ୍ଥ୍ୟଗତ କାରଣରୁ ପଦ ଛାଡ଼ିଥିବା ଦର୍ଶାଇଛନ୍ତି। ଧନକର ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି, ସ୍ବାସ୍ଥ୍ୟଗତ କାରଣରୁ ଓ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ସମ୍ବିଧାନ ଅନୁଚ୍ଛେଦ ୬୭(ଏ) ଅନୁସାରେ ଭାରତର ଉପରାଷ୍ଟ୍ରପତି ପଦରୁ ତତ୍କାଳ ଇସ୍ତଫା ଦେଇଛନ୍ତି। ୨୦୨୨ ଅଗଷ୍ଟ ୧୧ରେ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଧନକରଙ୍କ କାର୍ଯ୍ୟକାଳ ୨୦୨୭ ଅଗଷ୍ଟ ୧୦ରେ ଶେଷ ହୋଇଥାନ୍ତା। ତେବେ ସଂସଦ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରିବା ପରେ ସେ ହଠାତ୍‌ କାହିଁକି ଇସ୍ତଫା ଦେଲେ ସେନେଇ କିଛି ଜଣାପଡ଼ିନାହିଁ। ତାଙ୍କର କାର୍ଯ୍ୟକାଳ ଅଗଷ୍ଟ ୨୦୨୭ ପର୍ଯ୍ୟନ୍ତ ଥିଲା, କିନ୍ତୁ ଦୁଇ ବର୍ଷ ପୂର୍ବରୁ ଏହି ପଦ ଛାଡିବା ଅନେକ ରାଜନୈତିକ ପ୍ରଶ୍ନକୁ ଜନ୍ମ ଦେଉଛି।

ଧନକରଙ୍କ ଇସ୍ତଫା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି କାରଣ ୧୦ ଜୁଲାଇରେ ଏକ କାର୍ଯ୍ୟକ୍ରମରେ ସେ ନିଜେ କହିଥିଲେ, ସେ ତାଙ୍କର କାର୍ଯ୍ୟକାଳ ପୂରଣ କରିବେ ଏବଂ ୨୦୨୭ରେ ଅବସର ନେବେ, କିନ୍ତୁ ମାତ୍ର ୧୧ ଦିନ ମଧ୍ୟରେ ତାଙ୍କର ମତ ପରିବର୍ତ୍ତନ ହୋଇଗଲା ଏବଂ ସେ ଇସ୍ତଫା ଦେଲେ। ମାର୍ଚ୍ଚ ପୂର୍ବରୁ, ତାଙ୍କୁ ଛାତିରେ ଯନ୍ତ୍ରଣା ଅଭିଯୋଗ କରି ଥରେ ଏମ୍ସରେ ଭର୍ତ୍ତି କରାଯାଇଥିଲା ଏବଂ ଜୁନରେ ଉତ୍ତରାଖଣ୍ଡରେ ଏକ କାର୍ଯ୍ୟକ୍ରମ ସମୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଖରାପ ହୋଇଗଲା।

ଧନକରଙ୍କୁ ୨୦୨୨ ମସିହାରେ NDA ସରକାର ଉପରାଷ୍ଟ୍ରପତି ପ୍ରାର୍ଥୀ କରିଥିଲେ। ୬ ଅଗଷ୍ଟ ୨୦୨୨ରେ ଅନୁଷ୍ଠିତ ନିର୍ବାଚନରେ ସେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ବିପୁଳ ଭୋଟରେ ପରାସ୍ତ କରିଥିଲେ। ତାଙ୍କୁ ୫୨୮ ଭୋଟ ମିଳିଥିଲା, ଯେତେବେଳେ ଆଲଭାଙ୍କୁ ୧୮୨ ଭୋଟ ମିଳିଥିଲା। ୧୦ ଅଗଷ୍ଟ ୨୦୨୨ରେ ସେ ଦେଶର ୧୪ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri