Posted inଜାତୀୟ

୧୧ ଦିନ ପୂର୍ବରୁ ଧନକର କରିଥିଲେ ବଡ଼ ଘୋଷଣା: ୨୦୨୭ ପରେ, କିନ୍ତୁ ହଠାତ୍‌…

ନୂଆଦିଲ୍ଲୀ,୨୨।୭: ଉପରାଷ୍ଟ୍ରପତି ଜଗଦୀପ ଧନକର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଧନକର ସ୍ବାସ୍ଥ୍ୟଗତ କାରଣରୁ ପଦ ଛାଡ଼ିଥିବା ଦର୍ଶାଇଛନ୍ତି। ଧନକର ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି, ସ୍ବାସ୍ଥ୍ୟଗତ କାରଣରୁ ଓ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ସମ୍ବିଧାନ ଅନୁଚ୍ଛେଦ ୬୭(ଏ) ଅନୁସାରେ ଭାରତର ଉପରାଷ୍ଟ୍ରପତି ପଦରୁ ତତ୍କାଳ ଇସ୍ତଫା ଦେଇଛନ୍ତି। ୨୦୨୨ ଅଗଷ୍ଟ ୧୧ରେ ଦେଶର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଧନକରଙ୍କ କାର୍ଯ୍ୟକାଳ ୨୦୨୭ ଅଗଷ୍ଟ ୧୦ରେ ଶେଷ ହୋଇଥାନ୍ତା। ତେବେ ସଂସଦ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରିବା ପରେ ସେ ହଠାତ୍‌ କାହିଁକି ଇସ୍ତଫା ଦେଲେ ସେନେଇ କିଛି ଜଣାପଡ଼ିନାହିଁ। ତାଙ୍କର କାର୍ଯ୍ୟକାଳ ଅଗଷ୍ଟ ୨୦୨୭ ପର୍ଯ୍ୟନ୍ତ ଥିଲା, କିନ୍ତୁ ଦୁଇ ବର୍ଷ ପୂର୍ବରୁ ଏହି ପଦ ଛାଡିବା ଅନେକ ରାଜନୈତିକ ପ୍ରଶ୍ନକୁ ଜନ୍ମ ଦେଉଛି।

ଧନକରଙ୍କ ଇସ୍ତଫା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି କାରଣ ୧୦ ଜୁଲାଇରେ ଏକ କାର୍ଯ୍ୟକ୍ରମରେ ସେ ନିଜେ କହିଥିଲେ, ସେ ତାଙ୍କର କାର୍ଯ୍ୟକାଳ ପୂରଣ କରିବେ ଏବଂ ୨୦୨୭ରେ ଅବସର ନେବେ, କିନ୍ତୁ ମାତ୍ର ୧୧ ଦିନ ମଧ୍ୟରେ ତାଙ୍କର ମତ ପରିବର୍ତ୍ତନ ହୋଇଗଲା ଏବଂ ସେ ଇସ୍ତଫା ଦେଲେ। ମାର୍ଚ୍ଚ ପୂର୍ବରୁ, ତାଙ୍କୁ ଛାତିରେ ଯନ୍ତ୍ରଣା ଅଭିଯୋଗ କରି ଥରେ ଏମ୍ସରେ ଭର୍ତ୍ତି କରାଯାଇଥିଲା ଏବଂ ଜୁନରେ ଉତ୍ତରାଖଣ୍ଡରେ ଏକ କାର୍ଯ୍ୟକ୍ରମ ସମୟରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପୁଣି ଖରାପ ହୋଇଗଲା।

ଧନକରଙ୍କୁ ୨୦୨୨ ମସିହାରେ NDA ସରକାର ଉପରାଷ୍ଟ୍ରପତି ପ୍ରାର୍ଥୀ କରିଥିଲେ। ୬ ଅଗଷ୍ଟ ୨୦୨୨ରେ ଅନୁଷ୍ଠିତ ନିର୍ବାଚନରେ ସେ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ବିପୁଳ ଭୋଟରେ ପରାସ୍ତ କରିଥିଲେ। ତାଙ୍କୁ ୫୨୮ ଭୋଟ ମିଳିଥିଲା, ଯେତେବେଳେ ଆଲଭାଙ୍କୁ ୧୮୨ ଭୋଟ ମିଳିଥିଲା। ୧୦ ଅଗଷ୍ଟ ୨୦୨୨ରେ ସେ ଦେଶର ୧୪ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?