Posted inଜାତୀୟ

୧୪ତମ ଉପରାଷ୍ଟ୍ରପତି ଭାବେ ଧନକର ନେବେ ଶପଥ…

ନୂଆଦିଲ୍ଲୀ, ୧୧।୮ : ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ତଥା ଏନଡିଏ ପ୍ରାର୍ଥୀ ଜଗଦୀପ ଧନକର ଗୁରୁବାର ଭାରତର ନୂତନ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବାହ୍ନ ୧୧ଟା ୪୫ରେ ରାଷ୍ଟ୍ରପତି ଭବନରେ ଜଗଦୀପ ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ୭୧ ବର୍ଷିୟ ଧନକର ଏମ ଭେଙ୍କେୟା ନାଇଡୁଙ୍କ ସ୍ଥାନରେ ଦେଶର ନୂତନ ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିବେ। ସେ ଭାରତର ୧୪ ତମ ଉପରାଷ୍ଟ୍ରପତି ହେବେ। ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ରେ ଶେଷ ହୋଇଛି।

ସମ୍ପ୍ରତି ଉଭୟ ଲୋକ ସଭା ଓ ରାଜ୍ୟ ସଭାର ଅଧ୍ୟକ୍ଷମାନେ ରାଜସ୍ଥାନରୁ ଆସିଛନ୍ତି। ଉପରାଷ୍ଟ୍ରପତି ଧନକର ରାଜ୍ୟ ସଭାର ଅଧ୍ୟକ୍ଷ ହେବେ। ତାଙ୍କ ବାସସ୍ଥାନ ରାଜସ୍ଥାନର ଝୁଂଝୁନ୍‌ ଜିଲାରେ। ସେହିପରି ଲୋକ ସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ରାଜସ୍ଥାନର କୋଟାର ବାସିନ୍ଦା।

ପଶ୍ଚିମବଙ୍ଗର ରାଜ୍ୟପାଳ ଭାବରେ କାର୍ଯ୍ୟ କରିଥିବା ଧନକର ଜଣେ ଆଇନଜୀବୀ । ରାଜସ୍ଥାନର ଜାଟ ସମ୍ପ୍ରଦାୟକୁ ଅନ୍ୟ ପଛୁଆ ଶ୍ରେଣୀ (ଓବିସି) ମାନ୍ୟତା ଦେବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ କେନ୍ଦ୍ରରେ କିଛି ଦିନ ଧରି ସଂସଦୀୟ ବ୍ୟାପାର ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri