ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି ହୋମ, ପୂଜାର୍ଚ୍ଚନା କରିବା ସହ ଧାନମଣ୍ଡି ଶୁଭାରମ୍ଭ କରିଥିଲେ । ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର , ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟ, ଡିଆର୍‌ସିଏସ୍‌ ଯୋଗମାୟା ସାବତ , ଏଆରସିଏସ୍‌ ଦେବାଶିଷ ସ୍ବାଇଁ , ଏସିଏସଓ ଦେବସ୍ମିତା ମଲ୍ଲିକ, ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ , ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, ଜିଲା ଭାଜପା କୃଷକ ମୋର୍ଚ୍ଚା ସଭାପତି ମହନ୍ତ ଚିନ୍ମୟାନନ୍ଦ ଦାସ, ସରପଞ୍ଚ ଗୌରୀ ବିଷୋୟୀ, ସମବାୟ ସଭାପତି ଶିବରାମ ପ୍ରଧାନ, ବ୍ଲକ ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ମୁଖ୍ୟଅତିଥି ତଥା ବିଧାୟକ ଚାଷୀମାନେ ମଣ୍ଡିକୁ ଗୁଣାତ୍ମକ ଧାନ ଆଣିବାକୁ କହିଥିଲେ। ଏଥିସହ ଦାୟିତ୍ୱରେ ଥିବା ମିଲର ଏବଂ ସମବାୟ କର୍ମଚାରୀ ବୃନ୍ଦ ଚାଷୀ ମାନଙ୍କୁ ଧାନକ୍ରୟ ସମୟରେ ସହଯୋଗ କରିବା ନିମନ୍ତେ ପରାମର୍ଶ ଦେଇଥିଲେ। ଫାସିଗୁଡା ସମବାୟ ସମିତିରେ ଚଳିତବର୍ଷ ଚାଷୀଙ୍କଠାରୁ ୯୧୯୧ କୁଇଣ୍ଟାଲ ଧାନ ସଂଗ୍ରହ ନିମନ୍ତେ ଟାର୍ଗେଟ ରହିଥିବା ବେଳେ ମଙ୍ଗଳବାର ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨୪୮ ଟୋକେନ ଜେନେରେଟ ହୋଇଥିବା ଜିଲାପାଳ କହିଥିଲେ। ପ୍ରଥମ ଦିନରେ ଚାଷୀଙ୍କଠାରୁ ୧୧୮ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିବା ବ୍ଲକ ଯୋଗାଣ ନିରୀକ୍ଷକ ସୂଚନା ଦେଇଥିଲେ। ଏହାପରେ ବିଧାୟକ କରପଡା ପଞ୍ଚାୟତ ଦେଖାଳି ସେବା ସମବାୟ ସମିତିର ନୂତନ ଗୃହର ଉଦଘାଟନ ଏବଂ ଧାନମଣ୍ଡିର ଶୁଭାରମ୍ଭ କରିଥିଲେ। ସ୍ଥାନୀୟ ସରପଞ୍ଚ ଫନିନ୍ଦ୍ର ଚନ୍ଦ୍ର ଗୋସ୍ବାମୀ,କ୍ଷେତ୍ର ଅଧିକାରୀ ଚାନ୍ଦିନୀ ସେଠୀ, ସମବାୟ ସଭାପତି ଚୁଡ଼ାମଣି ପ୍ରଧାନ, ସମ୍ପାଦକ ଅଶୋକ କୁମାର ପ୍ରଧାନଙ୍କ ସମେତ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?