ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ ଧାନମଣ୍ଡି ଜିଲାପାଳ ହେମକାନ୍ତ ସୟଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ଜିଲା ମୁଖ୍ୟ ଖାଦ୍ୟ ଯୋଗାଣ ଅଧିକାରୀ ପ୍ରଦୀପ କୁମାର ପଣ୍ଡା, ଜିଲା ମୁଖ୍ୟ କୃଷି ଅଧିକାରୀ ଲୋକନାଥ ମିଶ୍ର, ଇନ୍ସପେକ୍ଟର ଅଜିତ କୁମାର ବିଶ୍ବାଳ, ଉପ ନିବନ୍ଧକ ଅଶୋକ କୁମାର ପାଣି, ସହକାରୀ ନିବନ୍ଧକ ତୁଷାରକାନ୍ତି ମହାନ୍ତି, ଚିତ୍ରଡ଼ା ଲ୍ୟାମ୍ପ୍‌ସ ଏମ୍‌ଡି ବୀରପ୍ରସାଦ ଶମ୍ଭୁନାରାୟଣ ରାଠୋର, ତହସିଲଦାର ବିଦ୍ୟାଧର ଦଣ୍ଡପାଟ, ମାର୍କେଟିଂ ଇନ୍ସପେକ୍ଟର ପ୍ରବୀର ପାତ୍ର ଏବଂ ବ୍ଲକ୍‌ ଅଧ୍ୟକ୍ଷ ପୀଥନାଥ ସୋରେନ ଯୋଗ ଦେଇଥିଲେ। ପ୍ରଥମେ ପୂଜାର୍ଚ୍ଚନା କରାଯାଇ ଜିଲାପାଳ ସୟ ଫିତାକାଟି ମଣ୍ଡିକୁ ଉଦ୍‌ଘାଟନ କରିଥିଲେ। ଚଳିତବର୍ଷ ଧାନ କିଣାରେ ସ୍ବଚ୍ଛତା ଆଣିବା ପାଇଁ ମଡେଲ୍‌ ଲ୍ୟାମ୍ପ୍‌ସ କରାଯାଇ ସମସ୍ତ ସ୍ଥାନରେ ସିସିଟିଭି ଲଗାଯାଇଥିବାବେଳେ ତଦାରଖ ପାଇଁ ନୋଡାଲ ଅଫିସର ଭାବେ ଅତିରିକ୍ତ ଜିଲାପାଳ ଏବଂ ଉପଜିଲାପାଳ ଦାୟିତ୍ୱରେ ଅଛନ୍ତି ବୋଲି ଜିଲାପାଳ ସୟ କହିଥିଲେ। ପ୍ରଥମ ଦିନ ଚିତ୍ରଡ଼ା ଲ୍ୟାମ୍ପ୍‌ସ ମଣ୍ଡିରେ ଚାଷୀ ଚିତ୍ତରଞ୍ଜନ ମହାନ୍ତଙ୍କଠାରୁ ୭୫ କୁଇଣ୍ଟାଲ ଏବଂ ନଳିନିକାନ୍ତ ମହାନ୍ତଙ୍କଠାରୁ ୭୪ କୁଇଣ୍ଟାଲ ଧାନ କିଣା ଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri