ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଓଡିଶା କୃଷକ ସଭା ଗଞ୍ଜାମ ଜିଲା ଉପସଭାପତି କୈଳାସ ଷଡ଼ଙ୍ଗୀ, ଆଇନଜୀବୀ କୁରେଶୁ ପଣ୍ଡା ଅତିଥି ଭାବେ ଯୋଗ ଦେଇଥିଲେ। କୃଷକ ସଭାର ଗଞ୍ଜାମ ଜିଲା ସମ୍ପାଦକ ପି. ଶିବ ଶଙ୍କର ସଭାରେ ଉଦ୍‌ବୋଧନ ଦେଇ ଚଳିତବର୍ଷ ପ୍ରାଥମିକ ସେବା ସମବାୟ ସମିତି ଧାନମଣ୍ଡିରେ ଉତ୍ପାଦିତ ଧାନ ବିକ୍ରି ପାଇଁ ରେଜିଷ୍ଟ୍ରେଶନ ସମୟରେ ଚାଷୀ ବିବିଧ ସମସ୍ୟାର ସମ୍ମୁଖୀନ ହେଉଥିବା କହିଥିଲେ। ସାମ୍ପ୍ରତିକ ପରିସ୍ଥିତିରେ ଧାନମଣ୍ଡିରେ ଚାଷୀ ରେଜିଷ୍ଟ୍ରେଶନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କଠୋର ନୀତି ନିୟମ ଓ ନୂତନ ଆଇନ ଯୋଗୁ ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ରହୁଥିବା ନିମ୍ନ ମଧ୍ୟବିତ୍ତ ଚାଷୀ, ଭାଗ ଚାଷୀ, ବିଶେଷ କରି ମଠ, ମନ୍ଦିର ଜମିଚାଷ କରି ଜୀବିକା ନିର୍ବାହ କରୁଥିବା ପ୍ରାୟ ୭୦ ପ୍ରତିଶତ ଭାଗଚାଷୀ ଚଳିତବର୍ଷ ଖରିଫ ଧାନ ଅମଳ ପରେ କଷ୍ଟାର୍ଜିତ ଧାନକୁ ସରକାରଙ୍କ ନିର୍ଦ୍ଧାରିତ ଦରରେ ବିକ୍ରି ପାଇଁ ମଣ୍ଡିରେ ରେଜିଷ୍ଟ୍ରଶନ କରିବାରୁ ବଞ୍ଚିତ ହେବା ନିଶ୍ଚିତ ହୋଇଯାଇଛି। ଯା ’ଫଳରେ ପ୍ରତିବର୍ଷ ଗାଁ ଗହଳରେ ସାହୁକାର ମହାଜନଙ୍କଠାରୁ ସୁଧ(କଳନ୍ତର)ରେ ଟଙ୍କା ଆଣି ଧାର କରଜ କରି ଜମିରେ ଧାନଚାଷ କରିଥିବା ଗରିବ ଅସହାୟ ଚାଷୀ ପରିବାର କ୍ଷତି ସହିବେ।

ସେହିପରି ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଚାଷୀ ବୃନ୍ଦ ମଧ୍ୟ ଏଥିରୁ ବାଦ୍‌ ପଡ଼ିବେ ନାହିଁ ବୋଲି ଅତିଥି ଦ୍ବୟ କହିଥିଲେ। ପୂର୍ବବର୍ଷଭଳି ଚଳିତବର୍ଷ ସେବା ସମବାୟ ସମିତି ଧାନମଣ୍ଡିରେ ଚାଷୀଙ୍କ ନାଁ ରେଜିଷ୍ଟ୍ରେଶନ କରି ସମସ୍ତ ଚାଷୀ,ଭାଗ ଚାଷୀମାନଙ୍କ ଧାନ କ୍ରୟ ପାଇଁ ନିର୍ଦ୍ଦେଶ ଦେବାକୁ ସୋମବାର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାରଙ୍କ ଜରିଆରେ ଚାଷୀମାନଙ୍କ ପକ୍ଷରୁ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଥିଲା। ସଭାରେ କିଶୋର ଚନ୍ଦ୍ର ଜେନା, ଅର୍ଦ୍ଦୁ. ହରି, ଅର୍ବ୍ଦୁ. ସୂର୍ଯ୍ୟନାରାୟଣ, ଅର୍ଦ୍ଦୁୁ. କୃଷ୍ଣମୂର୍ତ୍ତି, କେ. ବାଲାଜୀ, ବି. କାଳିଆ, ଏମ. ରାମଚନ୍ଦ୍ର,ଏମ୍‌. ଚୈତନ୍ୟ,ଜି. ଶୁକୁରୁ, ପି. ହୃଷୀକେଶ ରାଓ, ଅଭିମନ୍ୟୁ ପାତ୍ର,ଇ. କୈଳାସ, ଏ. ଭାସ୍କର, ଏନ୍‌. ଚକ୍ରପାଣି,ଏ. ମାଧବ, ଏ. ମୁତିଆଲୁ ପ୍ରମୁଖ ବହୁ ସଂଖ୍ୟକ ଚାଷୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?