ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ ବସ୍‌ଷ୍ଟାଣ୍ଡ ପରିଦର୍ଶନ କରିବା ସହ ସେଠାରେ ଥିବା ଜନସାଧାରଣଙ୍କ ସୁବିଧା ଅସୁବିଧା ବୁଝିଥିଲେ।

ବସ୍‌ଷ୍ଟାଣ୍ଡରେ ପରିମଳ ବ୍ୟବସ୍ଥା ଅତି ନିମ୍ନମାନର ଥିବାରୁ ଏବଂ ଯାତ୍ରୀମାନଙ୍କ ପାଇଁ ଉପଯୁକ୍ତ ସୁବିଧା ନଥିବାରୁ ମହାରାଜା ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଥିପାଇଁ ସେ ପରିବହନ ବିଭାଗକୁ ୭ ଲକ୍ଷ ସ୍ୱର୍ଣ୍ଣ ମୁଦ୍ରା ଜରିମାନା କରିଛନ୍ତି।

ମହାରାଜାଙ୍କ ନିକଟରେ ହାଜର ହେବାରେ ବିଳମ୍ବ କରିଥିବାରୁ ଅଧିକାରୀମାନଙ୍କୁ ଆଉ ୫ ଲକ୍ଷ ସ୍ୱର୍ଣ୍ଣ ମୁଦ୍ରା ଜରିମାନା କରାଯାଇଛି। ସମୁଦାୟ ୧୨ ଲକ୍ଷ ସ୍ୱର୍ଣ୍ଣ ମୁଦ୍ରା ରାଜକୋଷରେ ଜମା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ମଦ୍ୟପାନ କରି ଗାଡ଼ି ଚଲାଉଥିବା ଚାଳକଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ମହାରାଜା ପରିବହନ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ୧୯୪୭ ମସିହାରୁ ଭାରତର ସ୍ୱାଧୀନତାକୁ ଉତ୍ସବ ଭାବେ ପାଳନ କରିବା ପାଇଁ ବରଗଡ଼ରେ ଏହି ଯାତ୍ରା ଆରମ୍ଭ ହୋଇଥିଲା।

ଏହି ସମୟରେ ସମଗ୍ର ବରଗଡ଼ ସହର ‘ମଥୁରା ନଗରୀ’ ପାଲଟୁଥିବା ବେଳେ ଅମ୍ବାପାଲି ଗ୍ରାମ ‘ଗୋପପୁର’ ସାଜିଥାଏ। ଜିରା ନଦୀକୁ ‘ଯମୁନା’ ଭାବେ ଗ୍ରହଣ କରାଯାଏ।

ଭଗବାନ ଶ୍ରୀକୃଷ୍ଣଙ୍କ ଦ୍ୱାରା ଅତ୍ୟାଚାରୀ ମହାରାଜା କଂସଙ୍କ ନିଧନ ଉପରେ ଏହି ନାଟକ ଆଧାରିତ। ଚଳିତ ବର୍ଷ ଡିସେମ୍ବର ୨୪ରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଆସନ୍ତା ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଚାଲିବ।

ବରଗଡ଼ର ପ୍ରତ୍ୟେକ ନାଗରିକ ଏହି ସମୟରେ ନିଜକୁ କଂସଙ୍କ ପ୍ରଜା ବୋଲି ମନେ କରନ୍ତି ଏବଂ ମହାରାଜାଙ୍କ ନିର୍ଦ୍ଦେଶକୁ ଶିରୋଧାର୍ଯ୍ୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri