ବୀମାଭୁକ୍ତ ହେବେ ଧନୁଯାତ୍ରା ଦର୍ଶକ, ଦୁର୍ଘଟଣାରେ କଳାକାରଙ୍କ ମୃତ୍ୟୁ ହେଲେ ମିଳିବ…

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧର୍ମ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ୨୦୨୬ ଜାନୁୟାରୀ ୩ ଯାଏ ଏହି ମହୋତ୍ସବ ଚାଲିବ। ଏହି ଏହି ୧୧ଦିନ ଅବଧିରେ ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ୱାପାଲି ଗୋପପୁର ପାଲଟିବ। ମଝିରେ ବହି ଯାଇଥିବା ଜୀରାନଦୀ ଯମୁନା ହେବ । ଏହି ମହୋତ୍ସବରେ ଲକ୍ଷାଧୂକଙ୍କ ଭିଡ଼ ହୋଇଥାଏ।

ମହୋତ୍ସବରେ ସମସ୍ତ ଦର୍ଶକ ମଧ୍ୟ କିଏ ଗୋପବାସୀ ତ ଆଉକେହି ମଥୁରାବାସୀଭାବେ ଜଣେ ଜଣେ କଳାକାର ପାଲଟି ଯାଆନ୍ତି। ତେବେ ଏହାରି ଭିତରେ କଳାକାର ଏବଂ ଦର୍ଶକଙ୍କ ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଏକ ବିହିତ ପଦକ୍ଷେପ ନିଆଯାଇଛି। ମହୋତ୍ସବର ୧୧ଦିନ ଯାଏ କଳାକାର ଏବଂ ଦର୍ଶକଙ୍କୁ ବୀମାଭୁକ୍ତ କରାଯିବା ଭଳି ପଦକ୍ଷେପ ସମିତି ହାତକୁ ନେଇଛି। ଏହି କ୍ରମରେ ଉକ୍ତ ମହୋତ୍ସବ ଅବଧି ମଧ୍ୟରେ ମଥୁରାନଗରୀ କିମ୍ୱା ଗୋପପୁରରେ କୌଣସି କଳାକାର କିମ୍ୱା ଦର୍ଶକଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ହେଲେ ୭ଲକ୍ଷ ୫୦ହଜାର ଟଙ୍କା ବୀମା ସହାୟତାର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଧନୁଯାତ୍ରା ମହୋତ୍ସବ ସମିତିର ଏଭଳି ପଦକ୍ଷେପକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri