ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଏତଲାକ୍ରମେ କେବଳ ସ୍ଥାନୀୟ ଟାଉନ ଥାନାରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେ ଓ ଅନ୍ୟମାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ଘଟଣାଟି ସେହି ମାମଲାରେ ହିଁ ସୀମିତ ରହିଛି। ଅନ୍ୟପଟେ ଏହି ମାମଲାରେ ଅଭିଯୁକ୍ତ ଭାବେ ରହିଥିବା ଅଧିକାରୀ ଚିରାଚରିତ ଭାବେ କାର୍ଯ୍ୟରତ ଅଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ଏକ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ ସହିତ ଲୋକଦେଖାଣିଆ ତଦନ୍ତ ସାରି ଫେରି ଯାଇଛନ୍ତି ଏବଂ ତାହା ମଧ୍ୟ ତଦନ୍ତରେ ସୀମିତ ରହିଛି। ସ୍ଥାନୀୟ ଏମ୍‌ପି ପ୍ରଦୀପ ପୁରୋହିତ ଓ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହାର ତଦନ୍ତ ସହିତ କାର୍ଯ୍ୟାନୁଷ୍ଠାନ ନେବାକୁ ଯଥାକ୍ରମେ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କୁ ଲେଖି ଜଣାଇଥିଲେ। ଇତିମଧ୍ୟରେ ମାସେରୁ ଅଧିକ ସମୟ ଅତିବାହିତ ହୋଇଯାଇଛି, କିନ୍ତୁ ଏଯାଏ କାର୍ଯ୍ୟାନୁଷ୍ଠାନ ଶୂନ। ଅପରପକ୍ଷେ ଜଳସମ୍ପଦ ବିଭାଗ ଅଧୀନରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ କରାଯାଇଥିବା କାର୍ଯ୍ୟ) ନିର୍ମାଣରେ ହୋଇଥିବା ଅନିୟମିତତା, ଅବହେଳାକୁ ନେଇ ବିରୋଧୀ ଦଳ ବିଜେଡି ଅଭିଯୋଗ କରିବା ଘଟଣାରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଏବଂ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରିବା ସହିତ ପରବର୍ତ୍ତୀ ସମୟରେ ନିଲମ୍ବିତ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଏତଲାକ୍ରମେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ ସ୍ଥାନୀୟ ଟାଉନ ଥାନାରେ ମାମଲା ରୁଜୁ ହୋଇଥିଲା। ତେବେ ଉପରୋକ୍ତ ୨ ଘଟଣାକୁ ଅନୁଧ୍ୟାନ କଲେ ବିରୋଧୀ ଦଳର ଅଭିଯୋଗ ଉପରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେବାକୁ ତପତ୍ରତା ଦେଖାଇ ଥିବାବେଳେ ଖୋଦ୍‌ ଶାସକ ଦଳର ବିଧାୟକ, ଏମ୍‌ପିଙ୍କ ଚିଠି ଉପରେ ନୀରବତା ଅବଳମ୍ବନ କରିବା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।
ଗତ ମେ’ ୨୫ ତାରିଖରେ କାଳବୈଶାଖୀ ହୋଇଥିଲା। ସେହି ସମୟରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖରେ ରହିଥିବା ଧନୁଯାତ୍ରା ସ୍ମାରକୀ ସ୍ବାଗତ ତୋରଣ ଭାଙ୍ଗି ଯାଇଥିଲା। ହେଲେ ଏହି ଘଟଣାରେ ସମ୍ପୃକ୍ତ ଅଧିକାରୀ ଗିରଫ ହେବା ତ ଦୂରର କଥା, ଏପର୍ଯ୍ୟନ୍ତ କାହାରିକୁ ନିଲମ୍ବନ ମଧ୍ୟ କରାଯାଇ ନାହିଁ। ଅଭିଯୋଗ ପରେ କେବଳ ଜିଲାର ଅନ୍ୟ ସ୍ଥାନରେ ରହିଥିବା ତୋରଣଗୁଡ଼ିକ ଉପରେ ପ୍ରଶାସନ ନଜର ରଖିଥିଲା ଏବଂ ଆଗକୁ ଯେଭଳି ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ସେହି ତୋରଣଗୁଡ଼ିକରେ ସପୋର୍ଟିଂ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି।
ଅନ୍ୟପଟେ ଘଟଣା ପରଠୁ ତୋରଣ ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ନିର୍ମିତ ୨ସ୍ତମ୍ଭ କେବଳ ଥିବାବେଳେ ଭଗ୍ନ ଅଂଶକୁ ସେହିଦିନ ହିଁ ରାତାରାତି ଘଟଣାସ୍ଥଳରୁ ପ୍ରଥମେ ସ୍ଥାନୀୟ ସରକାରୀ ବସ୍‌ଷ୍ଟାଣ୍ଡ ଏବଂ ପରେ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରକୁ ଉଠାଇ ନିଆଯାଇଥିଲା। ସେଠାରେ ତାକୁ ମରାମତି କରାଯାଇଥିବା କୁହାଯାଉଛି। ତେବେ ମରାମତି ପରେ ପୁଣି ତାକୁ ଥାନାଛକରେ ସ୍ଥାପନ ପାଇଁ ଯୋଜନା ଚାଲିଥିବା ଶୁଣିବାକୁ ମିଳୁଛି। କିନ୍ତୁ ସେଠାରେ ସେଭଳି ତୋରଣ ସ୍ଥାପନ ହେଲେ ପୁଣି ବିରୋଧର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବରୁ କେତେକ ସଂଗଠନ ଜିଲାପାଳଙ୍କୁ ଦାବିପତ୍ର ମଧ୍ୟ ପ୍ରଦାନ କରି ସାରିଛନ୍ତି। ତେବେ କେବଳ ଥାନାଛକ ତୋରଣ ନୁହେଁ, ସେହିଦିନ ହଳଦୀପାଲି ଛକ ନିକଟରେ ରହିଥିବା ତୋରଣରେ ଲାଗିଥିବା ଧନୁ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏହା ପୂର୍ବରୁ ବରପାଲି ନିକଟରେ ରହିଥିବା ତୋରଣ ଭୁଶୁଡ଼ି ପଡ଼ିଥିଲା। ଏହା ସହିତ ଜିଲାର ବିଭିନ୍ନ ସ୍ଥାନରେ ଆହୁରି ଅନେକ ତୋରଣ ନିର୍ମାଣ ହୋଇଛି ଏବଂ ତା’ର ସ୍ଥାୟିତ୍ୱକୁ ନେଇ ଲୋକେ ମଧ୍ୟ ସନ୍ଦିହାନରେ ରହିଛନ୍ତି। ତେବେ ତୋରଣ ନିର୍ମାଣରେ ହୋଇଥିବା ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ ସହିତ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରେ ଦାବି ହୋଇ ଆସୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?