ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି ଏବଂ ଏନ୍‌ଫୋର୍ସମେଣ୍ଟ କମିଟିର ଆବାହକ ଭୀଷ୍ମଦେବ ସରାଫଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଚଢ଼ାଉବେଳେ ବିଭିନ୍ନ ଜାଗାରେ ବେଆଇନ ପାର୍କିଂ ଷ୍ଟାଣ୍ଡ କରାଯାଉଥିବା ଯୋଗୁ ୨୦ହଜାର ଟଙ୍କା ଜରିମାନା ଅସୁଲ କରାଯାଇଥିଲା। ସେହିପରି ସରକାରୀ ସେବା ଯୋଗାଇବା ପାଇଁ ଉଦ୍ଦିଷ୍ଟ ଜାଗାକୁ ବିନା ଟେଣ୍ଡରରେ ଆବଣ୍ଟନ ଅଭିଯୋଗକୁ ନେଇ ମଧ୍ୟ ଏନ୍‌ଫୋର୍ସମେଣ୍ଟ କମିଟି ଗୁରତ୍ୱର ସହିତ ନେଇଥିଲା। ସମ୍ପୃକ୍ତ ଜାଗାକୁ ଯାଇ କମିଟି ସ୍ଥିତି ଅନୁଧ୍ୟାନ କରିଥିଲା। ସେହି ଜାଗା ନେଇଥିବା ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଥିଲା। ସେ ନେଇ ବୁଧବାର ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସମ୍ପୃକ୍ତ ବ୍ୟବସାୟୀ, ଉପଜିଲାପାଳ ଏବଂ ଏନ୍‌ଫୋର୍ସମେଣ୍ଟ କମିଟି ଉପସ୍ଥିତିରେ ବିନା ଟେଣ୍ଡରରେ ଜମି ଆବଣ୍ଟନ ନେଇ ଆଲୋଚନା କରାଯିବ ବୋଲି କମିଟିର ଆବାହକ ସରାଫ କହିଛନ୍ତି। ଏହାସହିତ ଝୁଲା, ଦୋଳିରେ ମାତ୍ରାଧିକ ଟିକେଟ୍‌ ଦର ରହିଥିବା ଅଭିଯୋଗ ନେଇ ମଧ୍ୟ ସମ୍ପୃକ୍ତ ବ୍ୟବସାୟୀଙ୍କୁ କମିଟି ତାଗିଦ୍‌ କରିଥିଲା ଏବଂ ନିର୍ଦ୍ଧାରିତ ୫୦ଟଙ୍କାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚାଇ ଦିଆଯାଇଛି ବୋଲି ସରାଫ ସୂଚନା ଦେଇଛନ୍ତି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ନବକିଶୋର ପାଣିଗ୍ରାହୀ, ପରେଶ ବିଶି, ଜୟପ୍ରକାଶ ପ୍ରଧାନ, ରାଜସ୍ବ ନିରୀକ୍ଷକ ସଞ୍ଜୀବ ମିଶ୍ର, ପୋଲିସ ଏଏସ୍‌ଆଇ ସୁଦର୍ଶନ ପାଣ୍ଡେ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri