କଂସ ବଧ ସହ ସରିଲା ଧନୁଯାତ୍ରା

ମଥୁରାନଗରୀ,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଅନ୍ତିମ ଦିବସରେ କଂସ ବଧ ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିଲା। ସବୁଦିନ ଭଳି କଂସ ମହାରାଜ ମଥୁରା ଭ୍ରମଣ ସାରି ପାତ୍ରମନ୍ତ୍ରୀଙ୍କ ସହିତ ସ୍ଥାନୀୟ ଲୋକମଣ୍ଡପ ପଡ଼ିଆସ୍ଥିତ ରାଜଦରବାରରେ ପହଞ୍ଚତ୍ଥିଲେ। ସେଠାରେ ସେ ଶ୍ରୀକୃଷ୍ଣ, ବଳରାମଙ୍କୁ ହତ୍ୟା କରିବା ପାଇଁ ନିଜର ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ ସାମନ୍ତଙ୍କ ସହିତ ରଣକୌଶଳ ପ୍ରସ୍ତୁତ କରିଥିଲେ। ଅନ୍ୟପଟେ ଶ୍ରୀକୃଷ୍ଣ ହାଟପଦା ମଞ୍ଚରେ ଶିବଧନୁ ଭଙ୍ଗ କରିଥିବାବେଳେ ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା। ଶ୍ରୀକୃଷ୍ଣ ଓ ବଳରାମଙ୍କୁ ହତ୍ୟା କରିବା ପାଇଁ ସେମାନେ ନିଶ୍ଚୟ ସକ୍ଷମ ହେବେ ବୋଲି କଂସ ମହାରାଜଙ୍କ ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଦରବାରରେ ନିଜ ପରାକ୍ରମ ଦେଖାଇଥିଲେ। କଂସ ମହାରାଜ ମଧ୍ୟ ରାଣୀ ପଦ୍ମାବତୀଙ୍କ ବାରଣ ସତ୍ତ୍ବେ ନିଜର ପରାକ୍ରମ ଦେଖାଇବାକୁ ରଣାଙ୍ଗନକୁ ଓହ୍ଲାଇଥିଲେ। କିନ୍ତୁ ଶେଷରେ ଶ୍ରୀକୃଷ୍ଣଙ୍କ ସ୍ପର୍ଶ ଏବଂ ବଳରାମଙ୍କ ହଳ ମୁଦ୍‌ଗରରେ କଂସଙ୍କ ନିଧନ ହୋଇଥିଲା ଏବଂ ମହାରାଜା ଉଗ୍ରସେନଙ୍କ ପୁଣି ରାଜାଭିଷେକ ହୋଇଥିଲା। ଅନ୍ୟପକ୍ଷେ ଶ୍ରୀକୃଷ୍ଣ ଓ ବଳରାମ ମଥୁରା କାରାଗାରକୁ ଯାଇ ବନ୍ଦୀ ଥିବା ଦେବକୀ ଓ ବସୁଦେବଙ୍କୁ ମୁକ୍ତ କରିଥିଲେ। ଏହାପରେ ମଥୁରାବାସୀ ବାଣ ଫୁଟାଇ ଏବଂ ଲଡ଼ୁ ବାଣ୍ଟି ଖୁସି ମନାଇଥିଲେ। ଶେଷରେ ଉଦ୍‌ଯାପନୀ ସମାରୋହ ହୋଇଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ମୋନିଷା ବାନାର୍ଜୀ, ଉପସଭାପତି ତଥା ଏସ୍‌ପି ସ୍ମିତ୍‌ ପି. ପରମାର୍‌, ସମ୍ପାଦକ ସୁରେଶ୍ୱର ଶତପଥି ପ୍ରମୁଖ ଉଦ୍‌ଯାପନୀ ସମାରୋହରେ ଉପସ୍ଥିତ ଥିଲେ। ଅପରପକ୍ଷେ କଂସ ଅଭିନେତା ହୃଷୀକେଶ ଭୋଇ ପାପରୁ ମୁକ୍ତି ପାଇଁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ବାହାରିଥିଲେ। ଶନିବାର ସକାଳେ ସେ ପୁରୀରେ ପହଞ୍ଚତ୍ ମହୋଦଧିରେ ସ୍ନାନ ଓ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri