ଧରାକୋଟ ବ୍ଲକ ଉପାଧ୍ୟକ୍ଷ ହେଲେ ବଲବନ୍ତ ସିଂ

ଧରାକୋଟ,୬ା୧୧(ଡି.ଏନ୍‌.ଏ.)- ଧରାକୋଟ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପାଇଁ ଶୁକ୍ରବାର ପୂର୍ବାହ୍ନରେ ଉପନିର୍ବାଚନ ହୋଇଥିଲା। ଏଥିରେ ବିଜେଡି ସମର୍ଥିତ ପ୍ରାର୍ଥୀ ତଥା ବାହାରପୁର ସମିତିସଭ୍ୟ ବଲବନ୍ତ ସିଂ ୧୨ ସମିତିସଭ୍ୟଙ୍କ ସମର୍ଥନ ପାଇ ନିର୍ଦ୍ୱନ୍ଦ୍ୱରେ ବ୍ଲକ ଉପାଧ୍ୟକ୍ଷ ପଦବୀ ହାତେଇଛନ୍ତି। ବିପକ୍ଷ ଦଳ ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇନଥିବା ବେଳେ ୫ ସମିତିସଭ୍ୟ ଅନୁପସ୍ଥିତ ଥିଲେ। ନିର୍ବାଚନ ପରିଚାଳନା ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା। ସଭ୍ୟଙ୍କ ବ୍ୟତୀତ କାହାକୁ ମଧ୍ୟ ବ୍ଲକ ପରିସର ଭିତରକୁ ଛଡ଼ାଯାଇ ନଥିଲା। ସକାଳୁ ଉପାଧ୍ୟକ୍ଷ ପ୍ରାର୍ଥୀ ବଲବନ୍ତ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ସମେତ ବହୁ ବିଜେଡି ସମର୍ଥକଙ୍କ ସହ ବ୍ଲକ ସମ୍ମୁଖରେ ପହଞ୍ଚତ୍ଥିଲେ। ନିର୍ବାଚନ ଦାୟିତ୍ୱରେ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ ରହିଥିବା ବେଳେ ଜିଲାପାଳଙ୍କ ପ୍ରତିନିଧି ଭାବେ ଜିଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠୀୟା ନିର୍ବାଚନ ପରିଚାଳନା କରିଥିବା ବେଳେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ତଦାରଖ କରିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ ଧରାକୋଟ ତହସିଲଦାର ରହିଥିବା ବେଳେ ଧରାକୋଟ ବିଡିଓ ଉପସ୍ଥିତ ଥିଲେ। ନବ ନିର୍ବାଚିତ ବ୍ଲକ ଉପାଧ୍ୟକ୍ଷ ବାହାରପୁର ପଞ୍ଚାୟତର ସର୍ବାଙ୍ଗିନ ଉନ୍ନତି ଓ ବ୍ଲକର ବିକାଶ ପାଇଁ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ଏହି ବିଜୟ ପାଇଁ ସମସ୍ତ ଶ୍ରେୟ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଥିବା ବେଳେ ବିଜୁ ଜନତା ଦଳର ମଜଭୁତ ସଂଗଠନ ପାଇଁ ଏହା ସମ୍ଭବ ହୋଇଥିବା ଗଣମାଧ୍ୟମକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri