ଧରାକୋଟ ବ୍ଲକ ଉପାଧ୍ୟକ୍ଷ ହେଲେ ବଲବନ୍ତ ସିଂ

ଧରାକୋଟ,୬ା୧୧(ଡି.ଏନ୍‌.ଏ.)- ଧରାକୋଟ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପାଇଁ ଶୁକ୍ରବାର ପୂର୍ବାହ୍ନରେ ଉପନିର୍ବାଚନ ହୋଇଥିଲା। ଏଥିରେ ବିଜେଡି ସମର୍ଥିତ ପ୍ରାର୍ଥୀ ତଥା ବାହାରପୁର ସମିତିସଭ୍ୟ ବଲବନ୍ତ ସିଂ ୧୨ ସମିତିସଭ୍ୟଙ୍କ ସମର୍ଥନ ପାଇ ନିର୍ଦ୍ୱନ୍ଦ୍ୱରେ ବ୍ଲକ ଉପାଧ୍ୟକ୍ଷ ପଦବୀ ହାତେଇଛନ୍ତି। ବିପକ୍ଷ ଦଳ ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇନଥିବା ବେଳେ ୫ ସମିତିସଭ୍ୟ ଅନୁପସ୍ଥିତ ଥିଲେ। ନିର୍ବାଚନ ପରିଚାଳନା ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା। ସଭ୍ୟଙ୍କ ବ୍ୟତୀତ କାହାକୁ ମଧ୍ୟ ବ୍ଲକ ପରିସର ଭିତରକୁ ଛଡ଼ାଯାଇ ନଥିଲା। ସକାଳୁ ଉପାଧ୍ୟକ୍ଷ ପ୍ରାର୍ଥୀ ବଲବନ୍ତ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ସମେତ ବହୁ ବିଜେଡି ସମର୍ଥକଙ୍କ ସହ ବ୍ଲକ ସମ୍ମୁଖରେ ପହଞ୍ଚତ୍ଥିଲେ। ନିର୍ବାଚନ ଦାୟିତ୍ୱରେ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ ରହିଥିବା ବେଳେ ଜିଲାପାଳଙ୍କ ପ୍ରତିନିଧି ଭାବେ ଜିଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠୀୟା ନିର୍ବାଚନ ପରିଚାଳନା କରିଥିବା ବେଳେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ତଦାରଖ କରିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ୱରେ ଧରାକୋଟ ତହସିଲଦାର ରହିଥିବା ବେଳେ ଧରାକୋଟ ବିଡିଓ ଉପସ୍ଥିତ ଥିଲେ। ନବ ନିର୍ବାଚିତ ବ୍ଲକ ଉପାଧ୍ୟକ୍ଷ ବାହାରପୁର ପଞ୍ଚାୟତର ସର୍ବାଙ୍ଗିନ ଉନ୍ନତି ଓ ବ୍ଲକର ବିକାଶ ପାଇଁ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବେଳେ ଏହି ବିଜୟ ପାଇଁ ସମସ୍ତ ଶ୍ରେୟ ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଇଥିବା ବେଳେ ବିଜୁ ଜନତା ଦଳର ମଜଭୁତ ସଂଗଠନ ପାଇଁ ଏହା ସମ୍ଭବ ହୋଇଥିବା ଗଣମାଧ୍ୟମକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri