ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ

ଯାଜପୁର,୩୦ା୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ କୁମାରୀସ୍ଥିତ କାର୍ଯ୍ୟାଳୟ ଆଗରେ ଗୁଳି ଫୁଟିଛି। କେହି ଦୁର୍ବୃତ୍ତ ଫାଙ୍କା ଗୁଳିଚାଳନା କରି ଫେରାର ହୋଇଯାଇଛନ୍ତି। ଧର୍ମଶାଳା ପୋଲିସ ୨ଟି ଖୋକା ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି। ଏନେଇ ବିଧାୟକ ସାହୁ ଯାଜପୁର ଜିଲାପାଳ ଏବଂ ଏସ୍‌ପିଙ୍କୁ ତାଙ୍କ ସୁରକ୍ଷାକୁ କଡାକଡି କରିବାକୁ ନିବେଦନ କରିଛନ୍ତି। ନିର୍ବାଚନ ଫଳାଫଳ ଘୋଷଣାର ୩ ମାସ ପରେ ବି ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଅଶାନ୍ତି ତେଜିବାରେ ଲାଗିଛି। ଜମି ଜବରଦଖଲ, ବେଆଇନ କଳାପଥର କାରବାର ଉପରେ ବିଧାୟକ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ସାଧାରଣରେ ଆଲୋଚନା ହେଉଛି।
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟ(ଜିତୁ) ଆଣିଥିବା ଅଭିଯୋଗ ଅନୁଯାୟୀ, ଜମି ଜବରଦଖଲ ଓ ଖଣି ଖାଦାନରୁ ଚାନ୍ଦା ଆଦାୟ କରୁଥିବା ଘଟଣାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଅନ୍ୟପକ୍ଷେ ବିଧାୟକ ହିମାଂଶୁଙ୍କୁ ଧମକ ଦେବା ଓ ଘର ନିକଟରେ ଗୁଳି ଫୁଟାଇବା ଭଳି ଅଭିଯୋଗକୁ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଇଛି। ମଙ୍ଗଳବାର ପୂର୍ବତନ ବିଧାୟକ ଜିତୁ ଓ ବିଧାୟକ ହିମାଂଶୁ ଖବରଦାତା ସମ୍ମିଳନୀ କରି ସରକାରୀ ଜମି ଜବରଦଖଲ ଓ କଳାପଥର ଖାଦାନ ଉପରେ ମତ ରଖିଥିଲେ। ଏହି ଘଟଣା ଦିନ ପୂର୍ବତନ ବିଧାୟକଙ୍କ କେତେଜଣ ସମର୍ଥକ ବିଧାୟକ ହିମାଂଶୁଙ୍କ କୁମାରୀସ୍ଥିତ କାର୍ଯ୍ୟାଳୟରେ ପହଞ୍ଚି ଚାନ୍ଦା ଦେବାକୁ ଧମକ ଦେଇଥିଲେ। ଏହାପରେ ସେମାନେ ବନ୍ଧୁକରୁ ଗୁଳିଚାଳନା କରିବା ପରେ ସେଠାରେ ଉପସ୍ଥିତ ଥିବା ଶରତ କୁମାର ଓଝା ଭୟଭୀତ ହୋଇ କାର୍ଯ୍ୟାଳୟ ଭିତରକୁ ଦୌଡ଼ି ଚାଲି ଯାଇଥିଲେ। ପରେ ଏ ଘଟଣାକୁ ନେଇ ବିଧାୟକଙ୍କ ସମର୍ଥକ ଶରତ କୁମାର ଓଝା ଧର୍ମଶାଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୬୪୬/୨୦୨୪) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri