ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପର ଧର୍ମଶାଳା ବ୍ଲକ ପ୍ରଶାସନ 

ଧର୍ମଶାଳା,୨୪।୯(ଶିବପ୍ରାସାଦ ମହାନ୍ତି ଧର୍ମଶାଳା): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାର୍ଯ୍ୟଳୟ ମୂଖ୍ୟ ଗେଟ ସମ୍ମୁଖରେ ପାଣି ଜମି ରହୁଥିବା ଫଳରେ ଯାତାୟତରେ ସମସ୍ୟା ହେଉଥିବା ନେଇ ଧରିତ୍ରୀ ପୋର୍ଟାଲ ଏବଂ ଧରିତ୍ରୀ ଖବରକାଗଜରେ ଗତ ୨୧ତାରିଖରେ ଖବରପ୍ରକାଶ ପାଇଥିଲା। ଯାହା ଫଳରେ ବୁଧବାର ବ୍ଲକ ସମ୍ମୁଖରେ ଥିବା ଡ୍ରେନ ଗୁଡ଼ିକୁ ସଫା କରାଯିବା ସହ ଅଳିହା ଆବର୍ଜନାକୁ ଟ୍ରାକ୍ଟରରେ ଲୋଡ କରି ଅନ୍ୟତ୍ର ସ୍ଥାନକୁ ନିଆଯାଉଥିବା ଦେଖିବାକୁ ମିଳିଛି।
ବ୍ଲକ ଅଧୀନରେ ୪୫ଟି ପଞ୍ଚାଯତ ରହିଛି। ପ୍ରତ୍ୟେକ ଦିନ ବୃଦ୍ଧ ବୃଦ୍ଧାଠାରୁ ଆରମ୍ଭ କରି ମହିଳା ପର୍ଯ୍ୟନ୍ତ ଶହଶହ ଲୋକ ସେମାନଙ୍କ ସମସ୍ୟା ନେଇ ଏଠାକୁ ଆସିଥାନ୍ତି। ମାତ୍ର ବ୍ଲକ ନିଜେ ସମସ୍ୟା ଘେରରେ ଥିବାରୁ ଏହାର ସମାଧାନ କରିବା ସ୍ଥାନୀୟ ଲୋକେ ପ୍ରଶାସନ ପାଖେ ନିବେଦନ କରିଥିଲେ। ଜାରକା ଅଞ୍ଚଳରେ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଡ୍ରେନେଜ ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ସଠିକ ଭାବେ ସଫେଇ ଅଭାବରୁ ଏହା ପୋତି ହେବାସହ ରାସ୍ତା ଘାଟ ଉପରେ ପାଣି ଜମୁ ଥିବା ଦେଖିବାକୁ ମିଳୁଛି। ତେଣୁ ପ୍ରଶାସନ ପକ୍ଷରୁ ଏହା ଉପରେ ଦୃଷ୍ଟି ଦେବା ସହ ଏହାର ସ୍ଥାୟୀ ସମାଧାନ କରିବା ପାଇଁ ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?