ଆଗାମୀ ଦୁଇ ବର୍ଷରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଅାନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି।

2023 ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ, ବିଶ୍ବ ବିଦ୍ୟାଳୟ ଭାବେ ଉନ୍ନୀତ ହୋଇଛି । ଏହି ବିଶ୍ବବିଦ୍ୟାଳୟ ଅଧୀନରେ ସଂପ୍ରତି ଜିଲ୍ଲାର ୩୮ଟି କଲେଜ ଅନୁବନ୍ଧିତ ରହିଛି । କିନ୍ତୁ ବିଶ୍ବବିଦ୍ୟାଳୟ ଭାବେ ଯେଉଁସବୁ ମୌଳିକ ସୁବିଧା ସୁଯୋଗ ଓ ଉନ୍ନତି ହେବା କଥା, ତାହା ଅଦ୍ୟାବଧି ହୋଇପାରିନାହିଁ । ଆଗାମୀ ଦୁଇ ବର୍ଷ ମଧ୍ୟରେ ଏହି ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବା ପାଇଁ ଯାହାସବୁ ଆବଶ୍ୟକତା ରହିଛି, ତାକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ସଂପୃକ୍ତ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନୂତନଭାବେ ନିର୍ମିତ ହୋଇଥିବା ବିଶ୍ବବିଦ୍ୟାଳୟର ସାଉଥ ବ୍ଲକର ଆସବାବପତ୍ର ପାଇଁ ଏବଂ ନର୍ଥ ବ୍ଲକ୍‌ର ନବୀକରଣ ପାଇଁ ଆବଶ୍ୟକୀୟ ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ (DMF) ଏବଂ ଓଡିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (OMBADC) ପାଣ୍ଠିରୁ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ନବୀକରଣ ନିହାତି ଆବଶ୍ୟକ ନଥିଲେ, ପୁରାତନ କୋଠାକୁ ନ ଭାଙ୍ଗିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ କାମ ପାଇଁ ଏକ ବିଶ୍ବସ୍ତରୀୟ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ନବୀକରଣ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଜବରଦଖଲ ହଟାଇବା ସହ ସେମାନଙ୍କର ଥଇଥାନ ବ୍ୟବସ୍ଥାକୁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ନିର୍ମାଣଧୀନ ସାଉଥ ବ୍ଲକ୍‌ର ସମସ୍ତ କାର୍ଯ୍ୟ ବିଶ୍ବସ୍ତରୀୟ କରିବା ପାଇଁ ଶ୍ରୀ ମାଝୀ ଇଡ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ ।

ଛାତ୍ରାବାସ ଗୁଡିକ ବହୁତ ପୁରୁଣା ହୋଇ ଶୋଚନୀୟ ଅବସ୍ଥାରେ ରହିଛି। ତେଣୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୬ ମହଲା ବିଶିଷ୍ଟ ୬ଟି ହଷ୍ଟେଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶ୍ବବିଦ୍ୟାଳୟ ପାଇଁ ଯଥାଶୀଘ୍ର ପରୀକ୍ଷା ନିୟନ୍ତ୍ରକ, ରେଜିଷ୍ଟ୍ରାର୍‌ ଓ ବିତ୍ତ ନିୟନ୍ତ୍ରକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏଥିସହିତ ଭବିଷ୍ୟତକୁ ଆଖି ଆଗରେ ରଖି ବିଶ୍ବବିଦ୍ୟାଳୟ ପାଇଁ ଅଧିକ ଜମି ବନ୍ଦୋବସ୍ତ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ କହିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ଧରଣୀଧର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଡଃ ପ୍ରତାପ କୁମାର ମହାନ୍ତି ଏବଂ ଆଭାସି ମାଧ୍ୟମରେ କେନ୍ଦୁଝର ଜିଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri