ଆଗାମୀ ଦୁଇ ବର୍ଷରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଅାନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି।

2023 ଫେବୃଆରୀରେ ଧରଣୀଧର ମହାବିଦ୍ୟାଳୟ, ବିଶ୍ବ ବିଦ୍ୟାଳୟ ଭାବେ ଉନ୍ନୀତ ହୋଇଛି । ଏହି ବିଶ୍ବବିଦ୍ୟାଳୟ ଅଧୀନରେ ସଂପ୍ରତି ଜିଲ୍ଲାର ୩୮ଟି କଲେଜ ଅନୁବନ୍ଧିତ ରହିଛି । କିନ୍ତୁ ବିଶ୍ବବିଦ୍ୟାଳୟ ଭାବେ ଯେଉଁସବୁ ମୌଳିକ ସୁବିଧା ସୁଯୋଗ ଓ ଉନ୍ନତି ହେବା କଥା, ତାହା ଅଦ୍ୟାବଧି ହୋଇପାରିନାହିଁ । ଆଗାମୀ ଦୁଇ ବର୍ଷ ମଧ୍ୟରେ ଏହି ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବା ପାଇଁ ଯାହାସବୁ ଆବଶ୍ୟକତା ରହିଛି, ତାକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ସଂପୃକ୍ତ ପଦାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ନୂତନଭାବେ ନିର୍ମିତ ହୋଇଥିବା ବିଶ୍ବବିଦ୍ୟାଳୟର ସାଉଥ ବ୍ଲକର ଆସବାବପତ୍ର ପାଇଁ ଏବଂ ନର୍ଥ ବ୍ଲକ୍‌ର ନବୀକରଣ ପାଇଁ ଆବଶ୍ୟକୀୟ ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ (DMF) ଏବଂ ଓଡିଶା ଖଣିଜ ପଦାର୍ଥ ଧାରକ ଅଞ୍ଚଳ ଉନ୍ନୟନ ନିଗମ (OMBADC) ପାଣ୍ଠିରୁ ବିନିଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ନବୀକରଣ ନିହାତି ଆବଶ୍ୟକ ନଥିଲେ, ପୁରାତନ କୋଠାକୁ ନ ଭାଙ୍ଗିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ କାମ ପାଇଁ ଏକ ବିଶ୍ବସ୍ତରୀୟ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ। ନବୀକରଣ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଜବରଦଖଲ ହଟାଇବା ସହ ସେମାନଙ୍କର ଥଇଥାନ ବ୍ୟବସ୍ଥାକୁ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ନିର୍ମାଣଧୀନ ସାଉଥ ବ୍ଲକ୍‌ର ସମସ୍ତ କାର୍ଯ୍ୟ ବିଶ୍ବସ୍ତରୀୟ କରିବା ପାଇଁ ଶ୍ରୀ ମାଝୀ ଇଡ୍‌କୋକୁ ନିର୍ଦ୍ଦେଶ ଦେଇଥିଲେ ।

ଛାତ୍ରାବାସ ଗୁଡିକ ବହୁତ ପୁରୁଣା ହୋଇ ଶୋଚନୀୟ ଅବସ୍ଥାରେ ରହିଛି। ତେଣୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୬ ମହଲା ବିଶିଷ୍ଟ ୬ଟି ହଷ୍ଟେଲ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶ୍ବବିଦ୍ୟାଳୟ ପାଇଁ ଯଥାଶୀଘ୍ର ପରୀକ୍ଷା ନିୟନ୍ତ୍ରକ, ରେଜିଷ୍ଟ୍ରାର୍‌ ଓ ବିତ୍ତ ନିୟନ୍ତ୍ରକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏଥିସହିତ ଭବିଷ୍ୟତକୁ ଆଖି ଆଗରେ ରଖି ବିଶ୍ବବିଦ୍ୟାଳୟ ପାଇଁ ଅଧିକ ଜମି ବନ୍ଦୋବସ୍ତ କରିବା ପାଇଁ ସେ ଜିଲ୍ଲାପାଳଙ୍କୁ କହିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉଚ୍ଚଶିକ୍ଷା ବିଭାଗର କମିଶନର-ତଥା-ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ଧରଣୀଧର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଡଃ ପ୍ରତାପ କୁମାର ମହାନ୍ତି ଏବଂ ଆଭାସି ମାଧ୍ୟମରେ କେନ୍ଦୁଝର ଜିଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?