‘ଧରଣୀଧରଙ୍କ ନୀତିଆଦର୍ଶର ପ୍ରାସଙ୍ଗିକତା ରହିଛି’

ଭୁବନେଶ୍ୱର,୬ା୫(ବ୍ୟୁରୋ): କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଲୋକେ ଅତ୍ୟାଚାରୀ ଇଂରେଜ ଓ ରାଜତନ୍ତ୍ର ବିରୋଧରେ ବହୁବାର ବିଦ୍ରୋହ କରିଥିଲେ। ସେଥିମଧ୍ୟରୁ ପ୍ରମୁଖ ବିଦ୍ରୋହ ଥିଲା ଧରଣୀଧରଙ୍କ ନେତୃତ୍ୱାଧୀନ ଧରଣୀମେଳି, ଯାହା ଅତ୍ୟାଚାରୀଙ୍କ ଆଖିରୁ ନିଦ ହଜାଇ ଦେଇଥିଲା। ଏହି ସଂଗ୍ରାମ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାଧାରରେ ଲିପିବଦ୍ଧ। ତାଙ୍କର ମହାନ ଆଦର୍ଶ ଓ ନୀତିନିଷ୍ଠ ଜୀବନ ଆଜିର ସମୟରେ ମଧ୍ୟ ପ୍ରାସଙ୍ଗିକ ହୋଇ ରହିଛି ବୋଲି କେନ୍ଦୁଝର ପାଟଣା ବିଧାୟକ ଜଗନ୍ନାଥ ନାଏକ ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱରସ୍ଥିତ କେନ୍ଦୁଝର ନାଗରିକ ପରିଷଦ ଏବଂ ନିଖିଳ ଭାରତ ଭୂୟାଁ ସାଂସ୍କୃତିକ ସମିତି ପକ୍ଷରୁ କେନ୍ଦୁଝର ଭୂୟାଁ ମେଳିର କର୍ଣ୍ଣଧାର ବିପ୍ଳବୀ ଧରଣୀଧରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ସୂଚନା ଭବନଠାରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ନାଏକ କହିଲେ, ଧରଣୀଧରଙ୍କ ଜାତି ପ୍ରୀତି ଓ ସାହସିକତା ସବୁବେଳେ ଓଡ଼ିଆମାନଙ୍କୁ ପ୍ରେରଣା ଯୋଗାଉଥିବ। ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦିକା କସ୍ତୁରୀ ମହାପାତ୍ର କହିଲେ, ଧରଣୀଧର ଅସାଧାରଣ ଜ୍ଞାନର ଅଧିକାରୀ ଥିଲେ। ମୁଖ୍ୟବକ୍ତା ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଡ. ସୁମନ୍ତ ନାଏକ କହିଲେ, ଦେଶ ସ୍ବାଧୀନ ହେବା ପୂର୍ବରୁ ଧରଣୀଧର ଏକ ଜନମଙ୍ଗଳ ରାଷ୍ଟ୍ରର ପରିକଳ୍ପନା କରିଥିଲେ। ଯେଉଁଠି ସମସ୍ତଙ୍କର ସମାନ ଅଧିକାର ରହିବ। ସେଭଳି ଦୂରଦ୍ରଷ୍ଟା ପ୍ରଜ୍ଞା ପୁରୁଷ ଓଡ଼ିଶା ଇତିହାସରେ ଦୁଲର୍‌ଲଭ ବୋଲି ସେ ପ୍ରକାଶ କରିଥିଲେ। ପଦ୍ମଶ୍ରୀ ଦୈତାରୀ ନାଏକ, କେନ୍ଦୁଝର ନାଗରିକ ପରିଷଦ ସଭାପତି ହାଡିବନ୍ଧୁ ପଟ୍ଟନାୟକ, ଅଧ୍ୟାପିକା ଡ. ଯାଜ୍ଞସେନୀ ଛତ୍ରିଆ ପ୍ରମୁଖ ଅନ୍ୟମ ଅତିଥି ଭାବେ ଯୋଗଦେଇଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ସରୋଜ କୁମାର ସାମଲ ସ୍ବାଗତ ଭାଷଣରେ ଜନଜାତି ଅସ୍ମିତା ଓ ସ୍ବାଭିମାନର ପ୍ରତୀକ ଥିଲେ ଧରଣୀଧର ବୋଲି ଉଲ୍ଲେଖ କରିଥିଲେ। ଏହି ଅବସରରେ କେନ୍ଦୁଝର ସଂଘ ପକ୍ଷରୁ ଏକ ମୁଖପତ୍ର ଉନ୍ମୋଚିତ ହୋଇଥିଲା। ନିଖିଳ ଭାରତ ଭୂୟାଁ ସାଂସ୍କୃତିକ ସମିତିର ସମ୍ପାଦକ ବିଜୟ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ବାଦାମ ପାଟ ଓ ଫୁଲଝର, ଲହୁଣି ପଡ଼ା, ସୁନ୍ଦରଗଡର କଳାକାରଙ୍କ ଦ୍ୱାରା ଚାଙ୍ଗୁ ନୃତ୍ୟ, ପାରମ୍ପରିକ ଜନଜାତି ନୃତ୍ୟ ଓ ସଙ୍ଗୀତ ଉପସ୍ଥିତ ଅତିଥି ଓ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?