ଧରଣୀପଡା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ବସି ପଢୁଛନ୍ତି ଛାତ୍ରୀଛାତ୍ର

କର୍ଲାମୁଣ୍ଡା:୧୨।୯(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରିଂଜା ପଞ୍ଚାୟତ ଧରଣୀପଡା (ରିଂଜା)ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ଅଭାବ ଯୋଗୁଁ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢ଼ୁଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୪୩ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି। ଏଥିପାଇଁ ରହିଛି ତିନିଟି ଶ୍ରେଣୀ ଗୃହ। ତେବେ ଆଜିକୁ ଦୁଇ ବର୍ଷ ପୂର୍ବେ ଦୁଇଟି ଶ୍ରେଣୀ ଗୃହର ମରାମତି କାର୍ଯ୍ୟ ପଞ୍ଚାୟତ ସମିତି ପକ୍ଷରୁ ଆରମ୍ଭ କରାଯାଇ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବା କାରଣରୁ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମରୁ ତୃତୀୟ ଶ୍ରେଣୀର ୨୬ ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଥିବା ବେଳେ ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ୧୭ ଜଣ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢ଼ୁଥିବା ପ୍ରଧାନ ଶିକ୍ଷକ ତ୍ରିଭୁବନ ନାଗ କହିଛନ୍ତି। ଅନ୍ୟ ପଟେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏଦିଗରେ ବିହିତ ପଦକ୍ଷେପ ନେବାକୁ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଚୂଡ଼ାମଣି ସେଲମା ଓ କମିଟିର ସଦସ୍ୟମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ ବେଳେ ଅଘଟଣ: ଟ୍ରକ୍‌ ଧକ୍କାରେ ଚାଲିଗଲା କର୍ମୀଙ୍କ ଜୀବନ

ଯାଜପୁର,୧୦।୫(ହର୍ଷବର୍ଦ୍ଦନ ବେହେରା): ଏକ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଶୁକ୍ରବାର ନାମାଙ୍କନପତ୍ର ଦାଖଲ ବେଳେ ଏକ ଅଘଟଣ ଘଟିଛି। ଏକ ସଡ଼କ ଦୁର୍ଘଟଣାରେ ଜଣେ କର୍ମୀଙ୍କ...

ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ

କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି...

ଭାଜପାରେ ମିଶିଲେ ପୂର୍ବତନ ବିଧାୟକ

ବୁଗୁଡ଼ା,୧୦ା୫(କାଳୀଚରଣ ଦାଶ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଶୁକ୍ରବାର ବୁଗୁଡ଼ାସ୍ଥିତ ଦଳୀୟ କାର୍ଯ୍ୟାଳୟଠାରେ ପୂର୍ବତନ ବିଧାୟକ ସୀମାଞ୍ଚଳ ବେହେରା ଭାଜପାରେ...

ବାଘ ନେଇଗଲା ଜୀବନ: ଗାଁରେ ଭୟ

ସମ୍ବଲପୁର,୧୦।୫: ସମ୍ବଲପୁର ଜିଲା ନାକଟିଦେଉଳ ରେଞ୍ଜ ସାହେବୀ ପଞ୍ଚାୟତ ମାନକୁଣ୍ଡା ଜଙ୍ଗଲରେ ଏକ ଅଭାବନୀ ଘଟଣା ଘଟିଛି। ଏକ କଲରା ପତରିଆ ବାଘ ଆକ୍ରମଣରେ ସାଦ...

ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା

ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ...

ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି।...

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ...

ରାସ୍ତା, ପାଣି ସୁବିଧା ନ ହେଲେ ଭୋଟ ଦେବୁନି

ରାୟଗଡ଼ା,୧୦।୫(ଭାଗ୍ୟଶ୍ରୀ ମିଶ୍ର ): ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଆଜି ବି ଅନେକ ଅଞ୍ଚଳ ଅପହଞ୍ଚ l କଲ୍ୟାଣସିଂପୁରର ୧୫ ନମ୍ବର ୱାର୍ଡରେ ଥିବା ଘାଗୁଡ଼ିମାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri