ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆସିଲେ ବିଶେଷଜ୍ଞ

ଦାରିଙ୍ଗବାଡ଼ି,୧୨ା୮ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ତିଲୋରୀ ପଞ୍ଚାୟତ ଜଗେରମାହାର ବକ୍ସିପଲି ଅଞ୍ଚଳରେ ଛେଳି ମଡ଼କ ଘଟଣା ସମ୍ପର୍କରେ ଖବର ପ୍ରକାଶ ପରେ ପ୍ରାଣୀଧନ ବିଭାଗର ତତ୍ପରତା ଦେଖାଇଛି। ଉକ୍ତ ଅଞ୍ଚଳରେ ଅଜଣା ରୋଗ ତଥା ଛେଳିକୁ ଥଣ୍ଡା କାଶ, ଝାଡା, ପାଟିରେ ଘାଆ ବାହାରି ମୃତ୍ୟୁ ହେଉଥିଲା। ଗାଁରେ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ଛେଳିଙ୍କର ମୃତ୍ୟୁ ହୋଇଥିଲା। ତେବେ କୌଣସି ସ୍ବାସ୍ଥ୍ୟସେବା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ଘଟଣା ୧ମାସ ଧରି ଘଟୁଥିଲେ ମଧ୍ୟ ଗାଁରେ ବିଶେଷଜ୍ଞ ଦଳ ପହଞ୍ଚି ନ ଥିବା ନେଇ ଧରିତ୍ରୀରେ ୮ ତାରିଖରେ ଖବର ପ୍ରକାଶିତ ହୋଇଥିଲା। ଏହାପରେ ବିଭାଗର ବାଲିଗୁଡା ଉପଖଣ୍ଡ ପ୍ରାଣୀ ଚିକିତ୍ସାକାରୀ ଡା.ଲମ୍ବୋଦର ମହାପାତ୍ରଙ୍କ ନେତୃତ୍ୱରେ ଏକ ବିଷେଷଜ୍ଞ ଦଳ ସେହିଦିନ ଜଗେରମାହାରେ ପହଞ୍ଚିଥିଲେ। ସତ୍ୟାସତ୍ୟ ପରଖିଥିଲେ ପରେ ତାର ୨ ଦିନ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନେତୃତ୍ୱରେ ଫୁଲନଖରା ସ୍ଥିତ ପଶୁ ରୋଗ ଗବେଷଣା କେନ୍ଦ୍ରର ୨ ଜଣ ବିଶେଷଜ୍ଞ ତଥା ଡ଼.ରଘୁନାଥ ସିଂ ଏବଂ ଡ଼ଃ ଜ୍ୟୋତିରଞ୍ଜନ ବିଶ୍ୱାଳ ଉକ୍ତ ଗ୍ରାମକୁ ଗସ୍ତ କରି ଛେଳିର ଶରୀରରୁ ରକ୍ତ ସହ ବିଭିନ୍ନ ନମୁନା ସଂଗ୍ରହ କରି ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri