ସଡ଼କ ଦୁର୍ଘଟଣାରେ ଧରିତ୍ରୀ କର୍ମଚାରୀ ମୃତ

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା):ସଡ଼କ ଦୁର୍ଘଟଣାରେ ଧରିତ୍ରୀ ରାୟଗଡ଼ା ସଂସ୍କରଣର ପ୍ରିଣ୍ଟ ଷ୍ଟେଶନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାୟଗଡା ସଦର ବ୍ଲକ୍‌ ପିତାମହଲ ପଞ୍ଚାୟତ ଅନ୍ତର୍ଗତ ଦିଶାରୀଗୁଡା ଗ୍ରାମର ସୁନୀଲ ହିମିରିକା (୪୪)। ମୃତକଙ୍କ ପରିବାର ବର୍ଗ ଏବଂ ଗ୍ରାମବାସୀ କ୍ଷତିପୂରଣ ଦାବି କରି ରାସ୍ତାରୋକୋ କରିଛନ୍ତି। ରାୟଗଡ଼ା ଏସ୍‌ଡିପିଓ ଗୌରହରି ସାହୁ, ଶେଷଖାଲ ଥାନା ଅଧିକାରୀ କ୍ଷୀରୋଦ ବାଗ ଏବଂ ପୋଲିସ କର୍ମଚାରୀ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ଖବର ଲେଖା ହେବା ସୁଦ୍ଧା ଆନ୍ଦୋଳନ ଜାରି ରହିଥିବା ଜଣାପଡ଼ିଛି।
ସୂଚନା ମୁତାବକ ପିତାମହଲ – ସିରିକଣା ମୁଖ୍ୟ ବାଇପାସ୍‌ ରାସ୍ତାର ଦିଶାରୀଗୁଡା ଛକ ନିକଟରେ ସୁନୀଲ ଚାଲି କରି ରାସ୍ତା ଅତିକ୍ରମ କରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍‌ ତାଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ବାଇକ୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ଘଟଣାସ୍ଥଳରେ ପିତାମହଲ ପଞ୍ଚାୟତ ସରପଞ୍ଚ ଟୁଟୁ ତାଡିଙ୍ଗି ପହଞ୍ଚି ଦୁର୍ଘଟଣା ଘଟାଇ ଥିବା ବାଇକ୍‌ ଚାଳକଙ୍କୁ ଧରିବା ପାଇଁ ପୋଲିସ ନିକଟରେ ଦାବି କରିଥିଲେ। ଏ ନେଇ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ଅନ୍ୟ ମେଡିକାଲରେ ପଚରା ଉଚୁରା କରୁଛି। ଦୁର୍ଘଟଣାକାରୀଙ୍କୁ ଶୀଘ୍ର ଧରାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେଇଛି। ରାୟଗଡା ତହସିଲଦାର ପ୍ରିୟଦର୍ଶିନୀ ସ୍ବାଇଁ ରେଡକ୍ରସ ପାଣ୍ଠିରୁ ୨୦ ହଜାର ସହାୟତା ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ସୁନୀଲଙ୍କ ମୃତ୍ୟୁ ଖବର ଶୁଣି ଧରିତ୍ରୀ ପରିବାର ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri