ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର ପଞ୍ଚାୟତ କାଠଘରା ଗ୍ରାମର ଦାଦନ ଶ୍ରମିକ ଗଜେନ୍ଦ୍ର ନାଏକଙ୍କ ପରିବାରର ବିକଳ ଚିତ୍ର ପ୍ରକାଶ ପାଇବା ପରେ ସ୍ଥାନୀୟ ପ୍ରଶାସନ ତୁରନ୍ତ ତତ୍ପରତା ପ୍ରକାଶ କରିଛି। ଗୁଣୁପୁର ଗ୍ରାମ ପଞ୍ଚାୟତ ପରିସରରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂତ୍ତି ଅବସରରେ ଶୁକ୍ରବାର ଆୟୋଜିତ “ବିକାଶର ଧାରା ଓଡ଼ିଶା ସାରା” ନାଗରିକ ସହଭାଗିତା କାର୍ଯ୍ୟକ୍ରମରେ ବିପନ୍ନ ଗଜେନ୍ଦ୍ର ନାଏକଙ୍କୁ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ସରକାରୀ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏଥିସହ ତାଙ୍କ ସହିତ ଅନ୍ୟ ୯ ଜଣଙ୍କୁ ଗୃହ ଏବଂ ୮ ଜଣଙ୍କୁ ନୂତନ ରାସନ କାର୍ଡ ମଧ୍ୟ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଥୁଆମୂଳ ରାମପୁର ବିଡ଼ିଓ ଧ୍ରୁବ ଚରଣ ମୁଦୁଲି, ସରପଞ୍ଚ ସୁଜାତା ମାଝୀ, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ମେଡିକାଲ ଅଫିସର ଡାକ୍ତର ପ୍ରଦ୍ୟୁଶ କୁମାର ପଣ୍ଡା, ବିପିସି ଆର.ଏଚ୍. ରାଜେନ୍ଦ୍ର ନାରାୟଣ ଦେବ, ସିଡିପିଓ ମଧୁମାଲା ବାଗ, ପିଇଓ ମୁକେଶ କୁମାର ପଟେଲ, ଏଡିଇଓ ଫକୀର ବେହେରା, ଏସ.ସି. ସେଲ୍ ସଭାପତି ବିଷ୍ଣୁ ନାଏକ, ଯୁବନେତା ରାଧାକୃଷ୍ଣ ନାଏକ, ସୁଶାନ୍ତ ନାଏକ ଓ ମହାଦେବ ସିଂଙ୍କ ସମେତ ଅନେକ ଅଧିକାରୀ ଉପସ୍ଥିତ ରହି ଗଜେନ୍ଦ୍ରଙ୍କୁ ଏହି କାର୍ଯ୍ୟାଦେଶ ହସ୍ତାନ୍ତର କରିଛନ୍ତି। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ହିତାଧିକାରୀ ଗଜେନ୍ଦ୍ର ନାଏକଙ୍କୁ ୧୨୦ ବର୍ଗଫୁଟ ପରିମିତ ଢଳେଇ ଛାତ ବିଶିଷ୍ଟ ସୁରକ୍ଷିତ ଗୃହ ନିର୍ମାଣ ନିମନ୍ତେ ମୋଟ ୧,୨୦,୦୦୦ ଟଙ୍କାର ଆର୍ଥିକ ସହାୟତା ରାଶି ସିଧାସଳଖ ବ୍ୟାଙ୍କ ଖାତାକୁ ଯୋଗାଇ ଦିଆଯିବ। ଏହି ରାଶି ତିନୋଟି ପର୍ଯ୍ୟାୟରେ (କାର୍ଯ୍ୟାଦେଶ ସହିତ ପ୍ରଥମ କିସ୍ତି ୪୦,୦୦୦ ଟଙ୍କା, ଛାତ ସ୍ତରରେ ଦ୍ୱିତୀୟ କିସ୍ତି ୭୫,୦୦୦ ଟଙ୍କା ଏବଂ ଗୃହ ନିର୍ମାଣ ସମାପ୍ତ ପରେ ତୃତୀୟ କିସ୍ତି ୧୫,୦୦୦ ଟଙ୍କା) ପ୍ରଦାନ କରାଯିବ। ‘ଧରିତ୍ରୀ’ର ସମ୍ବାଦ ପ୍ରଭାବରୁ ମିଳିଥିବା ଏହି ତ୍ୱରିତ ସରକାରୀ ସହାୟତା ଯୋଗୁଁ ଗଜେନ୍ଦ୍ରଙ୍କ ପରିବାର ଓ ଗ୍ରାମବାସୀ ପ୍ରଶାସନକୁ ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?