ଧରିତ୍ରୀ ପ୍ରଭାବ: ମାନସଙ୍କ ପାଖରେ ପହଞ୍ଚି ସହାୟତାର ହାତ ବଢ଼ାଇଲା ଅଂଶୁମାନ ଟ୍ରଷ୍ଟ

ଧର୍ମଶାଳା,୧୭।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କୋତପୁର ପଞ୍ଚାୟତ ମୁରତପୁର ଗାଁର ମାନସ ଦଳାଇ ଦୀର୍ଘଦିନ ହେବ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ତ ଥିବା ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ପରେ ଏହି ଖବର ପ୍ରକାଶ ପାଇବା ପରେ ଶନିବାର ଅସହାୟ ମାନସଙ୍କ ପାଖେ ପହଞ୍ଚିଥିଲା ଅଂଶୁମାନ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ୧୦ହଜାର ଟଙ୍କାର ସହାୟତା ତାଙ୍କୁ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ମେଡିକାଲ ଯିବା ଆସିବା ଓ ପରିବାରକୁ ସହାୟତା ଦିଆଯିବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ମିଳିଛି।

ମାନସ ଅର୍ଥ ଅଭାବରୁ ଜୀବନ ସହ ସଂଗ୍ରାମ କରୁଛନ୍ତି। ଘରେ ସ୍ତ୍ରୀ ଓ ଚାରି ଝିଅ। ବଡ଼ ଝିଅକୁ ୯ବର୍ଷ ହୋଇଥିବା ବେଳେ ସାନକୁ ମାତ୍ର ୫ ବର୍ଷ । ମାନସ ଦିନ ମଜୁରିଆ ଭାବେ କାମ କରନ୍ତି ବାର ଦେଖି ମାଛ ବିକ୍ରି କରନ୍ତି ତ ଆଉ ଅନ୍ୟ ଦିନେ ଶ୍ରମିକ ଭାବେ କାମ କରନ୍ତି। ଦିନକୁ ଦୁଇ ଶହରୁ ତିନି ଶହ ରୋଜଗାର କରି ଘର ଚଳନ୍ତି । ସ୍ତ୍ରୀ ଓ ପରିବାରକୁ ନେଇ ହସଖୁସିରେ ଚାଲିଥିଲା ଅଭାବୀ ସଂସାର । ପିଲାଙ୍କ ପାଠ ପଢା ବହି ଖାତା କିଣିବା ଠାରୁ ଆରମ୍ଭ କରି ନିତିଦିନିଆ ଖର୍ଚ୍ଚ କରୁଥିଲେ ମାନସ। ହେଲେ ତାଙ୍କ ଉପରେ ଛିଡିପଡିଲା ଦୁଃଖର ପାହାଡ। ପ୍ରଥମେ ତାଙ୍କ ଗୋଡ଼ ଫୁଲିବା ଆରମ୍ଭ ହୋଇଥିଲା । ସେ ଡାକ୍ତର ପାଖକୁ ଯାଇ ଜାଣିବାକୁ ପାଇଥିଲେ ଯେ, ସେ କିଡନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କର ଦୁଇଟି କିଡନୀ ନଷ୍ଟ ହୋଇ ଯାଇଛି। ପରେ ଦୁଃଖର କଳା ଅନ୍ଧାର ଘୋଟି ଯାଇଥିଲା ମାନସଙ୍କ ପରିବାର ଉପରେ , ଗତ ଚାରି ମାସ ହେଲା ବିଛଣାରେ ପଡି ଛଟପଟ ହେଉଥିବା ବେଳେ ଚିକିତ୍ସାରେ ଅର୍ଥ ସାଜିଛି ବାଧକ । ତାଙ୍କର ଚିକିତ୍ସା ପଛରେ ସବୁ ସର୍ବସ୍ବାନ୍ତ ହୋଇଗଲାଣି। ଜମି ବିକ୍ରି କରିବା ସହ ଘରେ ଯାହା ଥିଲା, ସବୁ ବିକି ଭାଙ୍ଗି ଚିକିତ୍ସା ସରିଲାଣି ହେଲେ ରୋଗ ଭଲ ହେଉନି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri