ଧରିତ୍ରୀ ପ୍ରଭାବ: ମାନସଙ୍କ ପାଖରେ ପହଞ୍ଚି ସହାୟତାର ହାତ ବଢ଼ାଇଲା ଅଂଶୁମାନ ଟ୍ରଷ୍ଟ

ଧର୍ମଶାଳା,୧୭।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କୋତପୁର ପଞ୍ଚାୟତ ମୁରତପୁର ଗାଁର ମାନସ ଦଳାଇ ଦୀର୍ଘଦିନ ହେବ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ତ ଥିବା ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା। ପରେ ଏହି ଖବର ପ୍ରକାଶ ପାଇବା ପରେ ଶନିବାର ଅସହାୟ ମାନସଙ୍କ ପାଖେ ପହଞ୍ଚିଥିଲା ଅଂଶୁମାନ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ୧୦ହଜାର ଟଙ୍କାର ସହାୟତା ତାଙ୍କୁ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ମେଡିକାଲ ଯିବା ଆସିବା ଓ ପରିବାରକୁ ସହାୟତା ଦିଆଯିବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ମିଳିଛି।

ମାନସ ଅର୍ଥ ଅଭାବରୁ ଜୀବନ ସହ ସଂଗ୍ରାମ କରୁଛନ୍ତି। ଘରେ ସ୍ତ୍ରୀ ଓ ଚାରି ଝିଅ। ବଡ଼ ଝିଅକୁ ୯ବର୍ଷ ହୋଇଥିବା ବେଳେ ସାନକୁ ମାତ୍ର ୫ ବର୍ଷ । ମାନସ ଦିନ ମଜୁରିଆ ଭାବେ କାମ କରନ୍ତି ବାର ଦେଖି ମାଛ ବିକ୍ରି କରନ୍ତି ତ ଆଉ ଅନ୍ୟ ଦିନେ ଶ୍ରମିକ ଭାବେ କାମ କରନ୍ତି। ଦିନକୁ ଦୁଇ ଶହରୁ ତିନି ଶହ ରୋଜଗାର କରି ଘର ଚଳନ୍ତି । ସ୍ତ୍ରୀ ଓ ପରିବାରକୁ ନେଇ ହସଖୁସିରେ ଚାଲିଥିଲା ଅଭାବୀ ସଂସାର । ପିଲାଙ୍କ ପାଠ ପଢା ବହି ଖାତା କିଣିବା ଠାରୁ ଆରମ୍ଭ କରି ନିତିଦିନିଆ ଖର୍ଚ୍ଚ କରୁଥିଲେ ମାନସ। ହେଲେ ତାଙ୍କ ଉପରେ ଛିଡିପଡିଲା ଦୁଃଖର ପାହାଡ। ପ୍ରଥମେ ତାଙ୍କ ଗୋଡ଼ ଫୁଲିବା ଆରମ୍ଭ ହୋଇଥିଲା । ସେ ଡାକ୍ତର ପାଖକୁ ଯାଇ ଜାଣିବାକୁ ପାଇଥିଲେ ଯେ, ସେ କିଡନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କର ଦୁଇଟି କିଡନୀ ନଷ୍ଟ ହୋଇ ଯାଇଛି। ପରେ ଦୁଃଖର କଳା ଅନ୍ଧାର ଘୋଟି ଯାଇଥିଲା ମାନସଙ୍କ ପରିବାର ଉପରେ , ଗତ ଚାରି ମାସ ହେଲା ବିଛଣାରେ ପଡି ଛଟପଟ ହେଉଥିବା ବେଳେ ଚିକିତ୍ସାରେ ଅର୍ଥ ସାଜିଛି ବାଧକ । ତାଙ୍କର ଚିକିତ୍ସା ପଛରେ ସବୁ ସର୍ବସ୍ବାନ୍ତ ହୋଇଗଲାଣି। ଜମି ବିକ୍ରି କରିବା ସହ ଘରେ ଯାହା ଥିଲା, ସବୁ ବିକି ଭାଙ୍ଗି ଚିକିତ୍ସା ସରିଲାଣି ହେଲେ ରୋଗ ଭଲ ହେଉନି ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri