ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ-୨୦୨୫: ଉଲ୍ଲେଖନୀୟ ଅବଦାନ ପାଇଁ ମିଳିଲା…

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌ ବା ଯୁବ ସମ୍ମିଳନୀ’ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଏହି କାର୍ଯ୍ୟକ୍ରମ ୫ମ ସଂସ୍କରଣରେ ପହଞ୍ଚିଥିବାବେଳେ ସୋମବାର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ଫାଇଣ୍ଡିଂ ସଲ୍ୟୁଶନ୍ସ’।

ଏଥିରେ ଚଳିତବର୍ଷ ପାଇଁ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ-୨୦୨୫’ ପୁରସ୍କାର ଜିତିଛନ୍ତି ‘ବିକାଶ ସାଥୀ’, ସଂକଳ୍ପ ଅନୁଷ୍ଠାନ, ଦୀପାରାଣୀ ନାୟକ ଏବଂ ବାପି ଗୋଚ୍ଛାୟତ। ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।

‘ବିକାଶ ସାଥୀ’ ସଂଗଠନ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଜଙ୍ଗଲ ଉପରେ ନିର୍ଭରଶୀଳ ସମ୍ପ୍ରଦାୟକୁ ସମର୍ଥନ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଧରିତ୍ରୀ କ୍ଲାଇମେଟ୍‌ ଗାଣ୍ଟ୍‌-୨୦୨୫ ପାଇଛି । କୁଲଡିହା ଅଭୟାରଣ୍ୟରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାଠାରୁ ଆରମ୍ଭ କରି ପାଙ୍ଗୋଲିନ, ପାରାକିଟ ଏବଂ ୧୫୦୦ରୁ ଅଧିକ ନାଲି କଙ୍କଡ଼ା ଉଦ୍ଧାର କରିବା ପର୍ଯ୍ୟନ୍ତ ଏହାର ଯୁବ ସ୍ବେଚ୍ଛାସେବୀମାନେ ନେତୃତ୍ୱ ନେଉଛନ୍ତି।

ପରିବେଶ ସଂରକ୍ଷଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ‘ସବୁଜ ସଂକଳ୍ପ’ ସଂଗଠନକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌-୨୦୨୫’ ଆଓ୍ବାର୍ଡ ମିଳିଛି। ୨୦୧୭ରୁ ଏହା ପୁରୀର ଗୋପ ବ୍ଲକରେ ୧୦୦୦୦ରୁ ଅଧିକ ଗଛ ଲଗାଇଛି, ବନ୍ୟପ୍ରାଣୀ ଅଭିଯାନ ଚଳାଇଛି ଏବଂ ସ୍ବଚ୍ଛତା ଅଭିଯାନର ନେତୃତ୍ୱ ନେଇଛି।

ମାଲକାନଗିରିର ଦୀପା ରାଣୀ ନାୟକ ଚଢ଼େଇ ଏବଂ ଅନ୍ୟାନ୍ୟ ପକ୍ଷୀ ସଂରକ୍ଷଣ, ଗଛ ଲଗାଇବା, ପୁନଃଚକ୍ରଣକୁ ପ୍ରୋତ୍ସାହିତ କରିବା ଏବଂ ପ୍ଲାଷ୍ଟିକ ବ୍ୟବହାର ହ୍ରାସ କରିବା ପାଇଁ ଜିଲାର କମ୍ୟୁନିଟିକୁ ପ୍ରେରଣା ଦେବା ପାଇଁ ତାଙ୍କର ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଧରିତ୍ରୀ କ୍ଲାଇମେଟ୍‌ ଗାଣ୍ଟ୍‌-୨୦୨୫ ପାଇଛନ୍ତି।

ପାରାଦୀପ ଉପକୂଳ ଏବଂ ଆଖପାଖ ଅଞ୍ଚଳକୁ ପ୍ଲାଷ୍ଟିକ୍‌ ମୁକ୍ତ ରଖିବା ପାଇଁ ତାଙ୍କର ନିରନ୍ତର ପ୍ରୟାସ ପାଇଁ ଇକୋ-କ୍ରୁସେଡର ବାପି ଗୋଚ୍ଛାୟତଙ୍କୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌-୨୦୨୫ ମିଳିଛି। ବର୍ଷ ବର୍ଷ ଧରି, ସେ ପାଞ୍ଚ ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ସଂଗ୍ରହ କରିଛନ୍ତି। ଉପକୂଳକୁ ପରିବର୍ତ୍ତନ କରିଛନ୍ତି ଏବଂ ସ୍ଥାନୀୟ କମ୍ୟୁନିଟିକୁ ଏକ ସ୍ବଚ୍ଛ, ସବୁଜ ଭବିଷ୍ୟତ ଗ୍ରହଣ କରିବାକୁ ପ୍ରେରଣା ବି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri