ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ-୨୦୨୫: ଉଲ୍ଲେଖନୀୟ ଅବଦାନ ପାଇଁ ମିଳିଲା…

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌ ବା ଯୁବ ସମ୍ମିଳନୀ’ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଏହି କାର୍ଯ୍ୟକ୍ରମ ୫ମ ସଂସ୍କରଣରେ ପହଞ୍ଚିଥିବାବେଳେ ସୋମବାର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ଫାଇଣ୍ଡିଂ ସଲ୍ୟୁଶନ୍ସ’।

ଏଥିରେ ଚଳିତବର୍ଷ ପାଇଁ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ-୨୦୨୫’ ପୁରସ୍କାର ଜିତିଛନ୍ତି ‘ବିକାଶ ସାଥୀ’, ସଂକଳ୍ପ ଅନୁଷ୍ଠାନ, ଦୀପାରାଣୀ ନାୟକ ଏବଂ ବାପି ଗୋଚ୍ଛାୟତ। ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି।

‘ବିକାଶ ସାଥୀ’ ସଂଗଠନ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଜଙ୍ଗଲ ଉପରେ ନିର୍ଭରଶୀଳ ସମ୍ପ୍ରଦାୟକୁ ସମର୍ଥନ କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଧରିତ୍ରୀ କ୍ଲାଇମେଟ୍‌ ଗାଣ୍ଟ୍‌-୨୦୨୫ ପାଇଛି । କୁଲଡିହା ଅଭୟାରଣ୍ୟରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ କରିବାଠାରୁ ଆରମ୍ଭ କରି ପାଙ୍ଗୋଲିନ, ପାରାକିଟ ଏବଂ ୧୫୦୦ରୁ ଅଧିକ ନାଲି କଙ୍କଡ଼ା ଉଦ୍ଧାର କରିବା ପର୍ଯ୍ୟନ୍ତ ଏହାର ଯୁବ ସ୍ବେଚ୍ଛାସେବୀମାନେ ନେତୃତ୍ୱ ନେଉଛନ୍ତି।

ପରିବେଶ ସଂରକ୍ଷଣ କ୍ଷେତ୍ରରେ କାର୍ଯ୍ୟ ପାଇଁ ‘ସବୁଜ ସଂକଳ୍ପ’ ସଂଗଠନକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌-୨୦୨୫’ ଆଓ୍ବାର୍ଡ ମିଳିଛି। ୨୦୧୭ରୁ ଏହା ପୁରୀର ଗୋପ ବ୍ଲକରେ ୧୦୦୦୦ରୁ ଅଧିକ ଗଛ ଲଗାଇଛି, ବନ୍ୟପ୍ରାଣୀ ଅଭିଯାନ ଚଳାଇଛି ଏବଂ ସ୍ବଚ୍ଛତା ଅଭିଯାନର ନେତୃତ୍ୱ ନେଇଛି।

ମାଲକାନଗିରିର ଦୀପା ରାଣୀ ନାୟକ ଚଢ଼େଇ ଏବଂ ଅନ୍ୟାନ୍ୟ ପକ୍ଷୀ ସଂରକ୍ଷଣ, ଗଛ ଲଗାଇବା, ପୁନଃଚକ୍ରଣକୁ ପ୍ରୋତ୍ସାହିତ କରିବା ଏବଂ ପ୍ଲାଷ୍ଟିକ ବ୍ୟବହାର ହ୍ରାସ କରିବା ପାଇଁ ଜିଲାର କମ୍ୟୁନିଟିକୁ ପ୍ରେରଣା ଦେବା ପାଇଁ ତାଙ୍କର ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଧରିତ୍ରୀ କ୍ଲାଇମେଟ୍‌ ଗାଣ୍ଟ୍‌-୨୦୨୫ ପାଇଛନ୍ତି।

ପାରାଦୀପ ଉପକୂଳ ଏବଂ ଆଖପାଖ ଅଞ୍ଚଳକୁ ପ୍ଲାଷ୍ଟିକ୍‌ ମୁକ୍ତ ରଖିବା ପାଇଁ ତାଙ୍କର ନିରନ୍ତର ପ୍ରୟାସ ପାଇଁ ଇକୋ-କ୍ରୁସେଡର ବାପି ଗୋଚ୍ଛାୟତଙ୍କୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ୍‌-୨୦୨୫ ମିଳିଛି। ବର୍ଷ ବର୍ଷ ଧରି, ସେ ପାଞ୍ଚ ଟନ୍‌ରୁ ଅଧିକ ପ୍ଲାଷ୍ଟିକ୍‌ ସଂଗ୍ରହ କରିଛନ୍ତି। ଉପକୂଳକୁ ପରିବର୍ତ୍ତନ କରିଛନ୍ତି ଏବଂ ସ୍ଥାନୀୟ କମ୍ୟୁନିଟିକୁ ଏକ ସ୍ବଚ୍ଛ, ସବୁଜ ଭବିଷ୍ୟତ ଗ୍ରହଣ କରିବାକୁ ପ୍ରେରଣା ବି ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri