ଆଜି ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’: ଆରମ୍ଭ ହେଲା ରେଜିଷ୍ଟ୍ରେସନ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ତେବେ କନକ୍ଲେଭ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ଏନେଇ ସଚେତନ ହେବାସହ ଅନ୍ୟମାନଙ୍କୁ ଏଥିରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ ଅନୁଷ୍ଠିତ ହେଉଛି। ଚଳିତ ବର୍ଷ ଏହାର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥରର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ’। ରବିବାର ‘ଧରିତ୍ରୀ’ର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ହେବାକୁ ଯାଉଥିବା କନ୍‌କ୍ଲେଭ୍‌ର ଦ୍ୱିତୀୟ ଦିନରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୁବପରିବେଶବିତ୍‌ମାନେ ଯୋଗଦେବେ। ସେହିପରି କାର୍ଯ୍ୟକ୍ରମର ଏକ୍ସପର୍ଟ ପ୍ୟାନେଲ୍‌ରେ ଏସିଆନ୍‌ ଏଲିଫ୍ୟାଣ୍ଟ ଏକ୍ସପର୍ଟ ପ୍ରଫେସର ରମଣ ସୁକୁମାର, ପରିବେଶକର୍ମୀ ଯମୁନା ଟୁଡୁ, ଦି କ୍ଲାଇମେଟ୍‌ ଇନିସିଏଟିଭ୍‌ର ପ୍ରତିଷ୍ଠାତା ତଥା କ୍ଲାଇମେଟ୍‌ ଏଜୁକେଟର ହିତା ଲଖାନୀ, ମେରାଇନ୍‌ ବାୟୋଲୋଜିଷ୍ଟ ପୁଣ୍ୟଶ୍ଲୋକ ଭାଦୁରୀ, ରିଲାଏନ୍ସ ଫାଉଣ୍ଡେଶନର ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଟିମ୍‌ ଲିଡ୍‌ ଦିବ୍ୟକାନ୍ତ ନାୟକ ଏବଂ ମଡେରେଟର ତଥା ଇଏଫ୍‌ଆଇର ପ୍ରତିଷ୍ଠାତା ଅରୁଣ କ୍ରିଷ୍ଣମୂର୍ତ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ସଙ୍ଗଠନଗୁଡିକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri