‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ ଆରମ୍ଭ

ଭୁବନେଶ୍ୱର,୨୪।୧୧: ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ର ଦ୍ୱିତୀୟ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ‘ଧରିତ୍ରୀ କ୍ଲାଇମେଟ ଗ୍ରାଣ୍ଟ’ର ଅନୁଷ୍ଠିତ ହୋଇଛି । ୨ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମର ଆଜି ଏହାର ଦ୍ୱିତୀୟ ଦିନ। ଏହି ଅବସରରେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଓ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ପ୍ରଦୀପ ପ୍ରଜ୍ଜଳନ କରୁଛନ୍ତି। ଏହାପରେ ସମ୍ପାଦକ ତଥାଗତ ସତପଥୀ ସ୍ବାଗତ ଭାଷଣ ପ୍ରଦାନ କରୁଛନ୍ତି।

ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’ ପକ୍ଷରୁ ପରିବେଶକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ଏନେଇ ସଚେତନ ହେବାସହ ଅନ୍ୟମାନଙ୍କୁ ଏଥିରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ ଅନୁଷ୍ଠିତ ହେଉଛି। ଚଳିତ ବର୍ଷ ଏହାର ଚତୁର୍ଥ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥରର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ବିଲ୍ଡିଂ ରିଜିଲିଆନ୍ସ’। ରବିବାର ‘ଧରିତ୍ରୀ’ର ୫୧ତମ ଜନ୍ମବାର୍ଷିକୀ ପାଳନ ଅବସରରେ ହେବାକୁ ଯାଉଥିବା କନ୍‌କ୍ଲେଭ୍‌ର ଦ୍ୱିତୀୟ ଦିନରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଯୁବପରିବେଶବିତ୍‌ମାନେ ଯୋଗଦେବେ। ସେହିପରି କାର୍ଯ୍ୟକ୍ରମର ଏକ୍ସପର୍ଟ ପ୍ୟାନେଲ୍‌ରେ ଏସିଆନ୍‌ ଏଲିଫ୍ୟାଣ୍ଟ ଏକ୍ସପର୍ଟ ପ୍ରଫେସର ରମଣ ସୁକୁମାର, ପରିବେଶକର୍ମୀ ଯମୁନା ଟୁଡୁ, ଦି କ୍ଲାଇମେଟ୍‌ ଇନିସିଏଟିଭ୍‌ର ପ୍ରତିଷ୍ଠାତା ତଥା କ୍ଲାଇମେଟ୍‌ ଏଜୁକେଟର ହିତା ଲଖାନୀ, ମେରାଇନ୍‌ ବାୟୋଲୋଜିଷ୍ଟ ପୁଣ୍ୟଶ୍ଲୋକ ଭାଦୁରୀ, ରିଲାଏନ୍ସ ଫାଉଣ୍ଡେଶନର ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଟିମ୍‌ ଲିଡ୍‌ ଦିବ୍ୟକାନ୍ତ ନାୟକ ଏବଂ ମଡେରେଟର ତଥା ଇଏଫ୍‌ଆଇର ପ୍ରତିଷ୍ଠାତା ଅରୁଣ କ୍ରିଷ୍ଣମୂର୍ତ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ଓ ସଙ୍ଗଠନଗୁଡିକୁ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri