ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ ସୋମବାର ବ୍ରହ୍ମପୁର ଧରିତ୍ରୀ ସଂସ୍କରଣରେ ‘ ପାନୀୟ ଜଳ ପ୍ରକଳ୍ପ ଅଚଳ, ଗାଁ ଲୋକଙ୍କ ପକ୍ଷରୁ ଆନ୍ଦୋଳନ ଚେତାବନୀ ‘ ଶୀର୍ଷକ ବିସ୍ତୃତ ଖବର ପ୍ରକାଶନ ପରେ ବ୍ରହ୍ମପୁର ଗ୍ରାମ୍ୟ ପାନୀୟଜଳ ଓ ପରିମଳ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ଧନୁର୍ଜୟ ବେହେରା, ଦିଗପହଣ୍ଡି ବ୍ଲକ ବିଭାଗୀୟ ସହକାରୀ ଯନ୍ତ୍ରୀ ଇଂ. ଭୀମା ରାଓ ସମ୍ପୃକ୍ତ ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ଅଚଳ ଅବସ୍ଥାରେ ପଡିରହିଥିବା ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କରିଥିଲେ ।

ଭୂତଳ ଜଳସ୍ତର କ୍ରମଶଃ ହ୍ରାସ ପାଇବା କାରଣରୁ ମୋଟର ଯୋଗେ ଟାଙ୍କିକୁ ଆବଶ୍ୟକ ପାଣି ଉଠୁନାହିଁ । ଫଳରେ ଲୋକଙ୍କୁ ପାଇପ ଯୋଗେ ପାଣି ଦିଆଯାଇ ପାରୁନାହିଁ । ଗ୍ରାମବାସୀଙ୍କ ସହ ଆଲୋଚନା କରାଯିବା ପରେ ଗାଁ ଠାରୁ ପ୍ରାୟ ୫ ଶହ ମିଟର ଦୂରରେ ଥିବା ଦୁଲବର ଆମ୍ବ ବଳଧିଆ ନାଳ ନିକଟରେ ବୋର୍ ଖୋଳାଯାଇ ସେଠାରୁ ପାଇପ ଯୋଗେ ପ୍ରକଳ୍ପ ଟାଙ୍କିକୁ ପାଣି ଅଣାଯିବା ପାଇଁ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି ।

ଏନେଇ ସହକାରୀ ଯନ୍ତ୍ରୀଙ୍କୁ ପଚାରିବାରୁ ପାନୀୟ ଜଳ ପ୍ରକଳ୍ପ ପରିଚାଳନା ନିମନ୍ତେ ଗ୍ରାମ୍ୟ କମିଟି ଗଠନ କରାଯାଉନାହିଁ । ପମ୍ପ ଡ୍ରାଇଭରଙ୍କୁ ଗତ ୧୦ ମାସ ହେଲା ପଞ୍ଚାୟତରୁ ମାସିକ ପାରିତୋଷିକ ଦିଆଯାଇନାହିଁ । ପାନୀୟ ଜଳ ଉପଭୋକ୍ତା ମାନେ ମାସିକ ୬୦ ଟଙ୍କା ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନାମା ରହିଥିଲେ ମଧ୍ୟ କୌଣସି ଉପଭୋକ୍ତା ପାଣି ଟିକସ ପୈଠ କରୁନାହାନ୍ତି । ତେଣୁ ପାନୀୟଜଳ ପ୍ରକଳ୍ପ ଗୁଡ଼ିକ ଠିକ୍ ରୂପେ ପରିଚାଳନା ହୋଇପାରୁନଥିବା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri