ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ଶୋଇଥିବା ପ୍ରଶାସନର ନିଦ ଭାଙ୍ଗିଛି। ଥୁଆମୂଳ ରାମପୁର ସଦର ମହକୁମାର ଓ୍ବାର୍ଡ ମେମ୍ବର ଉଆଁସୀ ମାଝୀଙ୍କ ଦୟନୀୟ ଅବସ୍ଥା ବିଷୟରେ ଜାଣିବା ପରେ ବ୍ଲକ ପ୍ରଶାସନ ତତ୍ପରତା ପ୍ରକାଶ କରିଛି।

ଓ୍ବାର୍ଡ ମେମ୍ବର ଉଆଁସୀ ମାଝୀ ନିଜେ ଜଣେ ଜନପ୍ରତିନିଧି ହୋଇ ମଧ୍ୟ ଦୀର୍ଘ ଦିନ ଧରି ଏକ ଭଙ୍ଗା ମାଟି କୁଡ଼ିଆରେ ୧୧ ପ୍ରାଣୀ କୁଟୁମ୍ବଙ୍କ ସହ ଅତି କଷ୍ଟରେ ରହୁଥିଲେ। ଘର ଖଣ୍ଡିଏ ପାଇଁ ସେ ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିଥିଲେ ସୁଦ୍ଧା କେହି କର୍ଣ୍ଣପାତ କରୁ ନ ଥିଲେ। ଏନେଇ ଖବର ପ୍ରସାରିତ ହେବା ପରେ ବିଡିଓ ଧ୍ରୁବ ଚରଣ ମୁଦୁଲିଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଏକ ପ୍ରତିନିଧି ଦଳ ଉଆଁସୀଙ୍କ ଘରେ ପହଞ୍ଚିଥିଲେ।

ଆରଏଚ (RH) ବିଭାଗ ଅଧିକାରୀ ରାଜେନ୍ଦ୍ର ନାରାୟଣ ସିଂ ଦେବ ଏବଂ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୱରେନ ସ୍ଥଳ ପରିଦର୍ଶନ କରି ହିତାଧିକାରୀ ଚୟନ କରିଛନ୍ତି। ଉଆଁସୀଙ୍କ ବୋହୂ ମଞ୍ଜୁରୀ ମାଝୀଙ୍କ ନାମରେ ’ଅନ୍ତୋଦୟ ଗୃହ ଯୋଜନା’ ମାଧ୍ୟମରେ ଗୃହ ମଞ୍ଜୁର ହେବ। ପରିବାରର ମଝିଆ ପୁଅ ବ୍ରଜ ମାଝୀ ଓ ବୋହୂ ମଞ୍ଜୁରୀଙ୍କ ସମସ୍ତ ଆବଶ୍ୟକୀୟ କାଗଜପତ୍ର ସଂଗ୍ରହ କରାଯାଇ ଅନଲାଇନ ରେଜିଷ୍ଟ୍ରେଶନ ଶେଷ ହୋଇଛି। ଖୁବଶୀଘ୍ର ଓଟିପି (OTP) ପ୍ରକ୍ରିୟା ପରେ ଡିବିଟି (DBT) ମାଧ୍ୟମରେ ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ପ୍ରଥମ କିସ୍ତି ଟଙ୍କା ପଠାଇ ଦିଆଯିବ।

ଆରଏଚ ବିଭାଗ ଅଧିକାରୀ ରାଜେନ୍ଦ୍ର ନାରାୟଣ ସିଂ ଦେବଙ୍କ ମତରେ, ବ୍ଲକ ପ୍ରଶାସନ ସବୁବେଳେ ଜନସାଧାରଣଙ୍କ ସେବା ପାଇଁ ପ୍ରସ୍ତୁତ। ଉଆଁସୀ ମାଝୀଙ୍କ ପରିବାର ଯୋଗ୍ୟ ହୋଇଥିବାରୁ ଆମେ ତୁରନ୍ତ ତଥ୍ୟ ସଂଗ୍ରହ କରିଛୁ ଏବଂ ଅତି ଶୀଘ୍ର ସେମାନଙ୍କୁ ସରକାରୀ ସହାୟତା ପ୍ରଦାନ କରାଯିବ।”

ପ୍ରଶାସନର ଏହି ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ ଉଆଁସୀଙ୍କ ପରିବାର ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଗରିବ ଲୋକଙ୍କ ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଅଞ୍ଚଳବାସୀ ଉଚ୍ଚ ପ୍ରଶଂସା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri