ଧରିତ୍ରୀ ପ୍ରଭାବ: ବୃଦ୍ଧ ଦମ୍ପତିଙ୍କୁ ମିଳିବ ପକ୍କାଘର

ବରଗଡ଼ ଅଫିସ୍‌,୨୧।୧୦ – ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ପଞ୍ଚାୟତ ମାଝିପାଲି ଗ୍ରାମର ବୃଦ୍ଧ ଦମ୍ପତି ସୁରୁ ଓ ତାଙ୍କ ସ୍ତ୍ରୀ ସୁବିଧାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ମିଳିବ। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି । ପ୍ରକାଶଥାଉକି, ଏହି ବୃଦ୍ଧ ଦମ୍ପତିଙ୍କ ଘର ବର୍ଷାରେ ଭୁଶୁଡ଼ି ପଡ଼ିବାରୁ ସେମାନେ ଦୀର୍ଘଦିନ ହେଲା ଅସହାୟ ଅବସ୍ଥାରେ ଏକ ଭଙ୍ଗା କୁଡ଼ିଆରେ ଆଶ୍ରୟ ନେଇଛନ୍ତି। ଏ ନେଇ ଗତ ୧୯ ତାରିଖ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ସାମାଜିକ କର୍ମୀ ଦୀପା ବାରିକ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ଜିଲାପାଳ ପ୍ରଧାନ ବିଜେପୁର ବିଡ଼ିଓଙ୍କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ବିଜେପୁର ବିଡ଼ିଓ ପଦ୍ମନାଭ ସାମନ୍ତରାୟ ତଦନ୍ତ କରି ମଙ୍ଗଳବାର ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଉକ୍ତ ରିପୋର୍ଟରେ ବୃଦ୍ଧ ସୁରୁ ସରକାରଙ୍କ ଗୃହ ନିର୍ମାଣ ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ତାଲିକାରେ ତାଲିକାଭୁକ୍ତ କରାଯାଇ ତାଙ୍କୁ ଘର ପ୍ରଦାନ କରାଯିବ ବୋଲି ବିଡ଼ିଓ ସାମନ୍ତରାୟ ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri