ଧରିତ୍ରୀ ପ୍ରଭାବ: ବୃଦ୍ଧ ଦମ୍ପତିଙ୍କୁ ମିଳିବ ପକ୍କାଘର

ବରଗଡ଼ ଅଫିସ୍‌,୨୧।୧୦ – ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ପଞ୍ଚାୟତ ମାଝିପାଲି ଗ୍ରାମର ବୃଦ୍ଧ ଦମ୍ପତି ସୁରୁ ଓ ତାଙ୍କ ସ୍ତ୍ରୀ ସୁବିଧାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କାଘର ମିଳିବ। ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି । ପ୍ରକାଶଥାଉକି, ଏହି ବୃଦ୍ଧ ଦମ୍ପତିଙ୍କ ଘର ବର୍ଷାରେ ଭୁଶୁଡ଼ି ପଡ଼ିବାରୁ ସେମାନେ ଦୀର୍ଘଦିନ ହେଲା ଅସହାୟ ଅବସ୍ଥାରେ ଏକ ଭଙ୍ଗା କୁଡ଼ିଆରେ ଆଶ୍ରୟ ନେଇଛନ୍ତି। ଏ ନେଇ ଗତ ୧୯ ତାରିଖ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ସାମାଜିକ କର୍ମୀ ଦୀପା ବାରିକ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ଜିଲାପାଳ ପ୍ରଧାନ ବିଜେପୁର ବିଡ଼ିଓଙ୍କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ବିଜେପୁର ବିଡ଼ିଓ ପଦ୍ମନାଭ ସାମନ୍ତରାୟ ତଦନ୍ତ କରି ମଙ୍ଗଳବାର ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ଉକ୍ତ ରିପୋର୍ଟରେ ବୃଦ୍ଧ ସୁରୁ ସରକାରଙ୍କ ଗୃହ ନିର୍ମାଣ ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ତାଲିକାରେ ତାଲିକାଭୁକ୍ତ କରାଯାଇ ତାଙ୍କୁ ଘର ପ୍ରଦାନ କରାଯିବ ବୋଲି ବିଡ଼ିଓ ସାମନ୍ତରାୟ ଉଲ୍ଲେଖ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri