ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ ଲଗାତାର ଖବର ପ୍ରକାଶ ପାଇଥିଲା । ଏହାପରେ ବ୍ଲକ୍ ପ୍ରଶାସନର ତତ୍ପରତା ଦେଖାଯାଇଛି । ରାସ୍ତା, ପାନୀୟ ଜଳ, ବିଜୁଳି, ସ୍ବାସ୍ଥ୍ୟ, ଶିକ୍ଷା, ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା ଏବଂ ବସୁଧା ଯୋଜନାରେ ଦୁର୍ନୀତି ଭଳି ସମସ୍ୟା ଉପରେ ପର୍ଦ୍ଦାଫାଶ ହେବାର ମାତ୍ର ୧୩ ଦିନ ମଧ୍ୟରେ ପ୍ରଶାସନିକ ଟିମ୍ ଗାଁରେ ପହଞ୍ଚିଛନ୍ତି। ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ନିର୍ଦ୍ଦେଶ କ୍ରମେ ବିଡିଓ ଧ୍ରୁବ ଚରଣ ମୁଦୁଲି ଓ ତାଙ୍କ ସହକର୍ମୀମାନେ ପ୍ରାୟ ୩ ରୁ ୪ କିଲୋମିଟର ପାହାଡ଼ିଆ ବିପଦସଙ୍କୁଳ ରାସ୍ତାରେ ଚାଲି ଚାଲି ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ସମସ୍ୟାର ସମାଧାନ ବାବଦରେ ବିସ୍ତୃତ ଆଲୋଚନା କରିଛନ୍ତି।

ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ଏହି ଗ୍ରାମବାସୀମାନେ ଜଙ୍ଗଲରୁ କାଠ ସଂଗ୍ରହ କରି ଜୀବିକା ନିର୍ବାହ କରୁଥିବା ବେଳେ ଝରଣାର ଦୂଷିତ ଜଳ ଉପରେ ନିର୍ଭର କରୁଥିଲେ। ଗ୍ରାମର ବିଦ୍ୟାଳୟ ଟିଣ ଛପର ଉଡ଼ିଯାଇଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ରକୁ କର୍ମୀ ଓ ସହାୟିକା ନିୟମିତ ଆସୁ ନଥିବା ଏବଂ ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ମିଳୁ ନଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଥିଲେ। ଧରିତ୍ରୀରେ ଏହି ଖବର ପ୍ରସାରଣ ପରେ ବିଡିଓଙ୍କ ନିର୍ଦ୍ଦେଶରେ ବିଦ୍ୟାଳୟ ମରାମତି କାମ ଆରମ୍ଭ ହୋଇଛି ଏବଂ ପ୍ରାଥମିକତା ଭିତ୍ତିରେ ଏକ ପାନୀୟ ଜଳ ଟ୍ୟାଙ୍କ ସ୍ଥାପନ କରାଯାଇ ଲୋକଙ୍କୁ ଜଳ ଯୋଗାଇ ଦିଆଯାଉଛି। ଗମନାଗମନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ବିରିକୋଟ ଠାରୁ ତୁମୋନିଖୋଲ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅଧୀନରେ ଆନୁମାନିକ ୫୦୪.୨୦ ରୁ ୮୨୮.୭୯ ବ୍ୟୟ ଅଟକଳରେ ଏକ ବିଜ୍ଞପ୍ତି ପ୍ରକାଶ ପାଇ ପ୍ରଥମ ଶ୍ରେଣୀ ଠିକାଦାରଙ୍କୁ ଦିଆଯାଇଛି।

ଏଥିସହିତ ଆଗାମୀ ଦଶହରା ସୁଦ୍ଧା ଗ୍ରାମକୁ ବିଜୁଳି ସଂଯୋଗ ମିଳିବ ବୋଲି ଆଶା କରାଯାଉଛି। ଏହି ଗସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସହ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ବାଲେଶ୍ୱର ନାୟକ, ବ୍ଲକ ପ୍ରୋଗ୍ରାମ ସଂଯୋଜକ ରାଜେନ୍ଦ୍ର ନାରାୟଣ ଦେବ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁଭଙ୍କର ସବର ଏବଂ ଏଡିଇଓ ତୃପ୍ତି ରଞ୍ଜନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସମସ୍ତ ପରିବାରର ଘର ସର୍ଭେ କରାଯିବା ସହ ରାଶନ ସେବାକୁ ବନ୍ଧକନା ଗ୍ରାମକୁ ସ୍ଥାନାନ୍ତର କରାଯିବ। ଏହା ସହିତ ତୁରନ୍ତ ଗୋଟିଏ କୂଅ ନିର୍ମାଣ ଏବଂ ସୁଭଦ୍ରା ଯୋଜନା, ରାଶନ କାର୍ଡ ଓ ଭତ୍ତାରୁ ବଞ୍ଚିତ ହିତାଧିକାରୀଙ୍କ କାଗଜପତ୍ର ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ଗ୍ରାମ ରୋଜଗାର ସେବକ ତୁରନ୍ତ ପ୍ରସ୍ତୁତ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଧରିତ୍ରୀର ଏହି ନିର୍ଭୀକ ଉପସ୍ଥାପନା ଏବଂ ପ୍ରଶାସନର ତ୍ବରିତ ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳରେ ବେଶ୍ ପ୍ରଶଂସା କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?