ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ ମେଗା ପାନୀୟଜଳ ପ୍ରକଳ୍ପ ପାଇପ ଫାଟି ଯାଇ ଉକ୍ତ ଗ୍ରାମକୁ ଦୀର୍ଘ ୯ଦିନ ହେଲା ପାନୀୟଜଳ ଯୋଗାଣ ବନ୍ଦ ରହିଛି । ଏହାର ମରାମତି ନ କରି ସମ୍ପୃକ୍ତ ଠିକାଦାର ଚୁପ୍ ରହିଥିବାରୁ ବିଶିପାଲି ଗ୍ରାମବାସୀଙ୍କୁ ପାନୀୟଜଳ ପାଇଁ ହଟହଟା ହେବାକୁ ପଡୁଛି । ତେବେ ବୁଧବାର ଧରିତ୍ରୀରେ ପାନୀୟଜଳ ଯୋଗାଣ ନ ହେଲେ ଆନ୍ଦୋଳନ ଶୀର୍ଷକ ସଚିତ୍ର ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ତତ୍ପରତା ଦେଖାଇଛି ।

ବୁଧବାର ଭେଡେନ ବ୍ଲକ ଜଳ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ଅମିତା ସ୍ୱାଇଁ ଘଟଣାକୁ ଗୁରୁତ୍ୱର ସହିତ ନେଇ ମେଗା ପାନୀୟ ଜଳ ବିଭାଗୀୟ ଅଧିକାରୀଙ୍କ ସହ ଯୋଗଯୋଗ କରିବା ପରେ ଘଟଣାସ୍ଥଳକୁ ମେଗା ପାନୀୟ ଜଳ ପ୍ରକଳ୍ପର ଏକ ଟେକନିକାଲ ଟିମ ପହଞ୍ଚି ଶ୍ରମିକମାନଙ୍କ ସହାୟତାରେ ପହଞ୍ଚି ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି । ଦେଶ ଭଟଲି ସରପଞ୍ଚ ତୋଷବନ୍ତ ସାହୁ, ମେଗା ପାନୀୟ ଜଳ ପ୍ରକଳ୍ପର କନିଷ୍ଠ ଯନ୍ତ୍ରୀ ଶୁଭମ ଦାଶ, ଘଟଣାସ୍ଥଳକୁ ପହଞ୍ଚିଥିଲେ । ମେଗା ପାନୀୟ ଜଳ ପ୍ରକଳ୍ପର ଟେକନିକାଲ ଟିମର ନିର୍ମଳ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶ୍ରମିକମାନେ ମରାମତି ଆରମ୍ଭ କରିଛନ୍ତି । ଏ ବିଷୟରେ କନିଷ୍ଠ ଯନ୍ତ୍ରୀ ଅମିତା ସ୍ୱାଇଁଙ୍କୁ ପରାକ୍ଷିବାରୁ ବ୍ଲକରେ ତଦନ୍ତ କରିବାରୁ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀଙ୍କ ନାମରେ କାର୍ଯ୍ୟାଦେଶ ଦିଆଯାଇଥିବା ଜଣାଯାଇ ଥିଲା । ମରାମତି ସରିବା ପରେ ବିଶିପାଲି ଗାଁକୁ ପାନୀୟ ଜଳ ଯୋଗାଣ କରାଯିବ ବୋଲି ସେ କହିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri