ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତଦ୍ୱୟ ହେଲେ ଝାରପଡା ମହାଦେବନଗରରେ ରହୁଥିବା ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବାଲିକୁଜ ଗ୍ରାମର ସର୍ବେଶ୍ୱର ସ୍ବାଇଁ (୪୧) ଓ କେନ୍ଦୁଝର ଜିଲା ଜଗନ୍ନାଥପୁର ଅଞ୍ଚଳର ଶୁଭକାନ୍ତ ସୁଆର (୩୭)। ରବିବାର ପୋଲିସ ସେମାନଙ୍କୁ ଗିରଫ କରିଥିଲା। ସୋମବାର ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୪ କୋର୍ଟକୁ ସେମାନଙ୍କୁ ଚାଲାଣ କରାଯାଇଥିବାବେଳେ ଜାମିନ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।

ମାମଲା ଅନୁଯାୟୀ, ଶନିବାର ଖବର ସଂଗ୍ରହ କରି ଦେବୀ ତାଙ୍କ ଟିମ୍‌ ସହ ମଧ୍ୟାହ୍ନ ୧୨ଟାରେ କଟକ-ପୁରୀ ବାଇପାସ୍‌ ରୋଡ୍‌ ଟଙ୍କପାଣିରୁ ଝାରପଡା ରୋଡ୍‌ ଦେଇ ଆସୁଥିଲେ। ଏହି ସମୟରେ ରାସ୍ତା ମଝିରେ ଅଭିଯୁକ୍ତଦ୍ୱୟ ସ୍କୁଟି ଠିଆ କରି ଜାମ୍‌ ସୃଷ୍ଟି କରିଥିଲେ। ରାସ୍ତା ଖାଲି କରିବାକୁ କହିବାରୁ ଚାଳକ ଶୁଣି ନ ଥିଲେ। ଫଳରେ ପୋଲିସକୁ ଜଣାଇବା ପାଇଁ ଦେବୀ ଉକ୍ତ ସ୍କୁଟିର ଫଟୋ ଉଠାଇଥିଲେ। ଏହାପରେ ସେଠାରୁ ଆସିବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଦ୍ୱୟ ଗାଡ଼ିକୁ ପିଛା କରି ଅଟକାଇଥିଲେ। ସେମାନେ ଭ୍ୟାନ୍‌କୁ ବିଧାମାରି ଚେପା କରିବା ସହ ଦେବୀଙ୍କୁ ଧକ୍କା ମାରିଥିଲେ। କ୍ୟାମେରାମ୍ୟାନ୍‌ ପଙ୍କଜ ମହାପାତ୍ରଙ୍କୁ ମଧ୍ୟ ଆକ୍ରମଣ ଉଦ୍ୟମ କରିଥିଲେ। ଏଥିସହ ପଥର ପକାଇ ମାରିବାକୁ ଧମକ ଦେଇଥିଲେ। ଦେବୀଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା (ନଂ.୮୪/୨୦୨୫) ରୁଜୁ କରି ଉଭୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?