‘ଧରିତ୍ରୀ ଖବରକାଗଜ ଯୁବପିଢ଼ିଙ୍କ ପାଇଁ ଜ୍ଞାନର ଭଣ୍ଡାର’

ମାଲକାନଗିରି,୬ା୭(ଦୁର୍ଯ୍ୟୋଧନ ପାତ୍ର/ନୃସିଂହ ମହାନ୍ତି): ‘ଧରିତ୍ରୀ’ ଖବରକାଗଜର ୫୦ ବର୍ଷ ଅବସରରେ ମାଲକାନଗିରି ଜିଲା ସଦରମହକୁମା ମହିଳା ମହାବିଦ୍ୟାଳୟ ପରିସରରେ ଛାତ୍ରୀମାନଙ୍କୁ ନେଇ ବକ୍ତୃତା ପ୍ରତିଯୋଗିତା ଓ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି। ଦୁଇ ଶହ ଛାତ୍ରୀ ଓ ଅତିଥିମାନଙ୍କ ଉପସ୍ଥିତିରେ ୧୦ ଜଣ ଛାତ୍ରୀ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇଥିଲେ। ବିଷୟବସ୍ତୁ ଥିଲା ‘ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି। ଅତିଥି ଏବଂ ପ୍ରତିଯୋଗୀମାନେ ଧରିତ୍ରୀ ଖବରକାଗଜ ପଚାଶ ବର୍ଷ ପାଳନକୁ ଶୁଭେଚ୍ଛା ଜଣାଇବା ସହ ଅନ୍ତର୍ଜାତୀୟ, ଜାତୀୟ, ରାଜ୍ୟ କୋଣ ଅନୁକୋଣର ଖବର ପ୍ରସାରଣ ସହ କୃଷି ସ୍ବାସ୍ଥ୍ୟ, ବିଜ୍ଞାନ,ଗଳ୍ପ, ସାହିତ୍ୟ ଆଦିକୁ ଧରିତ୍ରୀ ପ୍ରାଧାନ୍ୟ ଦେଇ ଯୁବପିଢ଼ିଙ୍କୁ ଉତ୍ସାହିତ କରିଛି। ଏଥିସହ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କରିଥିବାରୁ ଏହାକୁ ଅତିଥିମାନେ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ ପ୍ରମିଳା ମାଝି, ସମ୍ମାନିତ ଅତିଥି ଭାବେ ମାଲକାନଗିରି ମହାବିଦ୍ୟାଳୟର ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା, ବନାଞ୍ଚଳ ଅଧିକାରୀ ଜଗନ୍ନାଥ ବିଶୋଇଙ୍କ ସହ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପିକା/ଅଧ୍ୟାପକ,  ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲା ପ୍ରତିନିଧି ଦୁର୍ଯ୍ୟୋଧନ ପାତ୍ର ପରିଚାଳନା କରିଥିବା ବେଳେ ଜିଲା ପ୍ରତିନିଧି ନୃସିଂହ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri