ସିଡୁଆ ନଦୀରେ ଗାଧୋଇବା ବେଳେ ୨ ବାଳକ ନିଖୋଜ ଜଣେ ଉଦ୍ଧାର

କଟକ ସଦର,୧୨।୧୦(ସୁଶାନ୍ତ କୁମାର ଜେନା) ୪୨ ମୌଜା ଥାନା ଅନ୍ତର୍ଗତ ବସନ୍ତ କୁଣ୍ଡଳ ଗ୍ରାମ ସିଡୁଆ ନଦୀରେ ରବିବାର ସକାଳେ ଦୁଇ ବାଳକ ଗାଧୋଇବା ପାଇଁ ଯାଇଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇ ଥିଲେ। ପରେ ଜଣକୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ବାଳକ ଜଣକ ହେଲେ ଗୁରୁ ପ୍ରସାଦ ନାୟକ(୧୨), ପିତା – ଦିଲୀପ କୁମାର ନାୟକ। ଗୁରୁ ପ୍ରସାଦଙ୍କୁ ଉଦ୍ଧାର କରାଯାଇ କଟକ ଏସ ସି ବି ମେଡିକାଲ କୁ ପଠା ଯାଇଛି, ଅନ୍ୟ ଜଣେ ହେଲେ ସାଇ ଶୁଭମ ବାରିକ, ବୟସ ୧୪ ବର୍ଷ, ପିତା – ବିନୋଦ ବାରିକ ନିଖୋଜ ଅଛନ୍ତି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ନଦୀ ଘାଟରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।ଏହି ଘଟଣାରେ ପରେ ନଦୀକୂଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାଇ ଶୁଭମ ଘର ଅନ୍ୟ ସ୍ଥାନରେ ହୋଇଥିବା ବେଳେ ସାଙ୍ଗ ସହିତ ୪୨ ମୌଜା ବୁଲି ଆସିଥିଲେ।

 

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri