Dharitri Youth Conclave 2025: ସଂହତି, ସଂଯୋଗର ସେତୁ ଆଣ୍ଡ୍ର୍ୟୁ ଫ୍ଲେମିଂ

ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣ ନଭେମ୍ବର ୨୪ରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ ହେବାକୁ ଥିବା ଏହି ସମ୍ମିଳନୀ ଯୁବପିଢ଼ିଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ବାଣ୍ଟିବା, ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲହେବା ସହ ଜଳବାୟୁ ପରିବର୍ତ୍ତନ ମୁକାବିଲା ପାଇଁ କାର୍ଯ୍ୟକ୍ଷମ ସମାଧାନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ। ବିଶ୍ୱ ପରିବେଶ ନୀତି ଏବଂ କାର୍ଯ୍ୟକୁ ସୁସଂଗଠନ ସହିତ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ। ଧରିତ୍ରୀ ଯୁବ ସମ୍ମିଳନୀ ଜଳବାୟୁ ପରିବର୍ତ୍ତନ ପାଇଁ ସୃଜନଶୀଳ ଏବଂ ପ୍ରଭାବଶାଳୀ ସମାଧାନ ବିକାଶ କରିବାରେ ଯୁବପିଢ଼ିଙ୍କ ମଧ୍ୟରେ ସମ୍ଭାବନା ସୃଷ୍ଟି କରିବାରେ ସହାୟକ ହେବ। ଏହି କନ୍‌କ୍ଲେଭ୍‌ରେ ବିଶେଷଜ୍ଞଙ୍କ ପ୍ୟାନେଲ୍‌ ଆଲୋଚନା ସହିତ ପ୍ରମୁଖ ପରିବେଶବିତ୍‌ ଏବଂ ସଂଗଠନ ସହ ନେଟୱର୍କିଂ ସୁଯୋଗ ପ୍ରଦାନ କରାଯିବ। ଅଂଶଗ୍ରହଣକାରୀମାନେ ପ୍ରସିଦ୍ଧ ବିଶେଷଜ୍ଞମାନଙ୍କଠାରୁ ଶିଖିବା, ଚିନ୍ତାଧାରା ଆଦାନପ୍ରଦାନ କରିବା ଆଦିର ସୁଯୋଗ ପାଇବେ। ଏଥି ସହ ସନ୍ଧ୍ୟାରେ ପ୍ରସିଦ୍ଧ ସଙ୍ଗୀତଜ୍ଞଙ୍କ ଦ୍ୱାରା ପରିବେଶ ବିଷୟବସ୍ତୁ ଉପରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଆୟୋଜନ ହେବ।

ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀର ୫ମ ସଂସ୍କରଣରେ ସମ୍ମାନିତ ଅତିଥି ଭାବେ ଯୋଗଦେବେ ବ୍ରିଟିଶ ଡେପୁଟି ହାଇ କମିଶନର ଆଣ୍ଡ୍ର୍ୟୁ ଫ୍ଲେମିଂ। ସେ ଏବେ କୋଲକାତାରେ କାର୍ଯ୍ୟରତ ଅଛନ୍ତି। ଏହା ପୂର୍ବରୁ ୫ବର୍ଷ ପାଇଁ ଆନ୍ଧ୍ରପ୍ରଦେଶ ଏବଂ ତେଲଙ୍ଗାନାରେ ବ୍ରିଟିଶ ଡେପୁଟି ହାଇ କମିଶନର ଭାବେ କାର୍ଯ୍ୟ କରିଥିଲେ। ତତ୍‌ପରେ ବେଙ୍ଗାଲୁରୁରେ ସ୍ବତନ୍ତ୍ର ଅସ୍ଥାୟୀ ଡ୍ୟୁଟି ଅଧିକାରୀ ଭାବରେ ନିଯୁକ୍ତ ହୋଇଥିଲେ। ୟୁକେ(ମିଳିତ ଯୁକ୍ତରାଜ୍ୟ ବା ଇଂଲଣ୍ଡ) ଏବଂ ସେ କାର୍ଯ୍ୟ କରୁଥିବା ରାଜ୍ୟଗୁଡ଼ିକ ମଧ୍ୟରେ ବ୍ୟବସାୟ, ବାଣିଜ୍ୟକୁ ପ୍ରୋତ୍ସାହନ, ଗବେଷଣା ଏବଂ ସହଭାଗିତାରେ ଆଗ୍ରହୀ ଶିକ୍ଷାନୁଷ୍ଠାନକୁ ଚିହ୍ନଟ ସହ ସ୍ଥାନୀୟ ସମସ୍ୟାଗୁଡ଼ିକୁ ବୁଝିବା ଆଦି ଅନ୍ତର୍ଭୁକ୍ତ ରହିଛି। ହାଇଦ୍ରାବାଦକୁ ଏକ ସ୍ବଚ୍ଛ ସହର ଭାବେ ପରିଣତ କରିବା ଲକ୍ଷ୍ୟରେ ସେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ଅନ୍ୟମାନଙ୍କୁ ଏଥିରେ ସାମିଲ୍‌ ହେବାକୁ ପ୍ରୋତ୍ସାହିତ କରିଥିଲେ। ଡେପୁଟି ହାଇ କମିଶନ୍‌ର ମୁଖ୍ୟ ଭାବରେ ସେ ସଂହତି ଏବଂ ଆନ୍ତଃ ଧର୍ମ, ମହିଳା ବିରୋଧୀ ହିଂସା, ମାନବ ଚାଲାଣ, ଶିଶୁ ଯୌନ ନିର୍ଯାତନା ଏବଂ ଯୁବ ସଶକ୍ତୀକରଣ ଉପରେ ହେଉଥିବା ବିଭିନ୍ନ ପ୍ରକଳ୍ପଗୁଡ଼ିକୁ ସହଯୋଗ କରି ଆସୁଛନ୍ତି। ଆଣ୍ଡ୍ର୍ୟୁ ୧୯୮୬ରେ ବ୍ରିଟିଶ ସିଭିଲ ସର୍ଭିସରେ ଯୋଗଦେଇ ୟୁକେ ଏବଂ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ସେ ଦକ୍ଷିଣ ଏସିଆ ସମେତ ବିଶ୍ୱର ଅନେକ ସ୍ଥାନରେ ଅନ୍ତର୍ଜାତୀୟ ନୀତି ପ୍ରସଙ୍ଗରେ କାର୍ଯ୍ୟ କରିବା ସହ ଏ ପର୍ଯ୍ୟନ୍ତ ୧୧୭ଟି ଦେଶ ପରିଦର୍ଶନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri