Dharitri Youth Conclave 2025: ହ୍ରଦ ସୁରକ୍ଷାର ଜାଗ୍ରତ ପ୍ରହରୀ ଅରୁଣ କ୍ରିଷ୍ଣମୂର୍ତ୍ତି

ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣ ନଭେମ୍ବର ୨୪ରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ ହେବାକୁ ଥିବା ଏହି ସମ୍ମିଳନୀ ଯୁବପିଢ଼ିଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ବାଣ୍ଟିବା, ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲହେବା ସହ ଜଳବାୟୁ ପରିବର୍ତ୍ତନ ମୁକାବିଲା ପାଇଁ କାର୍ଯ୍ୟକ୍ଷମ ସମାଧାନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ। ବିଶ୍ୱ ପରିବେଶ ନୀତି ଏବଂ କାର୍ଯ୍ୟକୁ ସୁସଂଗଠନ ସହିତ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ। ଧରିତ୍ରୀ ଯୁବ ସମ୍ମିଳନୀ ଜଳବାୟୁ ପରିବର୍ତ୍ତନ ପାଇଁ ସୃଜନଶୀଳ ଏବଂ ପ୍ରଭାବଶାଳୀ ସମାଧାନ ବିକାଶ କରିବାରେ ଯୁବପିଢ଼ିଙ୍କ ମଧ୍ୟରେ ସମ୍ଭାବନା ସୃଷ୍ଟି କରିବାରେ ସହାୟକ ହେବ। ଏହି କନ୍‌କ୍ଲେଭ୍‌ରେ ବିଶେଷଜ୍ଞଙ୍କ ପ୍ୟାନେଲ୍‌ ଆଲୋଚନା ସହିତ ପ୍ରମୁଖ ପରିବେଶବିତ୍‌ ଏବଂ ସଂଗଠନ ସହ ନେଟୱର୍କିଂ ସୁଯୋଗ ପ୍ରଦାନ କରାଯିବ। ଅଂଶଗ୍ରହଣକାରୀମାନେ ପ୍ରସିଦ୍ଧ ବିଶେଷଜ୍ଞମାନଙ୍କଠାରୁ ଶିଖିବା, ଚିନ୍ତାଧାରା ଆଦାନପ୍ରଦାନ କରିବା ଆଦିର ସୁଯୋଗ ପାଇବେ। ଏଥି ସହ ସନ୍ଧ୍ୟାରେ ପ୍ରସିଦ୍ଧ ସଙ୍ଗୀତଜ୍ଞଙ୍କ ଦ୍ୱାରା ପରିବେଶ ବିଷୟବସ୍ତୁ ଉପରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଆୟୋଜନ ହେବ।

ଚେନ୍ନାଇର ମୁଦିଚରରେ ଜନ୍ମିତ ଅରୁଣ କ୍ରିଷ୍ଣମୂର୍ତ୍ତି ପରିବେଶ ସୁରକ୍ଷାକୁ ନେଇ ବେଶ୍‌ ସମ୍ବେଦନଶୀଳ। ଭାରତର ବିଭିନ୍ନ ହ୍ରଦ ସଫେଇ ଅଭିଯାନରେ ତାଙ୍କ ଯୋଗଦାନ ବେଶ୍‌ ଉଲ୍ଲେଖନୀୟ। ତାଙ୍କ ଉଦ୍ୟମରେ ଅନ୍ତର୍ଜାତୀୟସ୍ତରୀୟ ସ୍ବୀକୃତିପ୍ରାପ୍ତ ସଂଗଠନ ‘ଏନ୍‌ଭାଇରନମେଣ୍ଟାଲିଷ୍ଟ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ’ ବା ‘ଇଏଫ୍‌ଆଇ’ ପ୍ରତିଷ୍ଠା ହୋଇଛି। ଅରୁଣ ଏବଂ ତାଙ୍କ ସଂସ୍ଥା ପକ୍ଷରୁ ଶତାଧିକ ହ୍ରଦ ସଫା କରିବାରେ ସଫଳ ହୋଇଛନ୍ତି। ମାଡ୍ରାସ ଖ୍ରୀଷ୍ଟିଆନ କଲେଜରୁ ମାଇକ୍ରୋବାୟୋଲୋଜିରେ ସ୍ନାତକ ଶିକ୍ଷା ଶେଷ ପରେ ହାଇଦ୍ରାବାଦରେ ଗୁଗଲ୍‌ରେ ଅରୁଣ ୩ବର୍ଷ କାମ କରିଥିଲେ। ଏହାପରେ ଦିଲ୍ଲୀସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାସ୍‌ କମ୍ୟୁନିକେଶନ (ଆଇଆଇଏମ୍‌ସି)କୁ ପଢ଼ିବା ପାଇଁ ଯାଇଥିଲେ। ପରବର୍ତ୍ତୀ ସମୟରେ ଅର୍ଥାତ୍‌ ୨୦୦୮ରେ ଗୁଡଅଲ୍ସ ରୁଟ୍‌ସ ଆଣ୍ଡ ସୁଟ୍‌ସ’ରେ କାମ କରିଥିଲେ। ଏହାବ୍ୟତୀତ ଅରୁଣ ପରିବେଶ ସମ୍ବନ୍ଧୀୟ ଡକ୍ୟୁମେଣ୍ଟାରି ଫିଲ୍ମର ନିର୍ଦ୍ଦେଶନା ପାଇଁ ଜଣାଶୁଣା। ତାଙ୍କ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଚଳଚ୍ଚିତ୍ର ଟେଲିଭିଜନରେ ପ୍ରସାରିତ ହୋଇଛି। ବିଶେଷକରି ତାମିଲନାଡୁର ନଦୀଗୁଡ଼ିକ ଉପରେ ସେ କରିଥିବା ଟ୍ରାଭେଲ ଡକ୍ୟୁମେଣ୍ଟାରି ଫିଲ୍ମ ବେଶ୍‌ ଲୋକାଦୃତି ହାସଲ କରିଛି। ୨୦୧୨ରେ ସମ୍ମାନଜନକ ‘ରୋଲେକ୍ସ ଆୱାର୍ଡସ ଫର୍‌ ଏଣ୍ଟରପ୍ରାଇଜେସ’ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ୫ଜଣଙ୍କ ମଧ୍ୟରେ ଅରୁଣ ଥିଲେ ସର୍ବକନିଷ୍ଠ। ଭାରତରେ ହ୍ରଦ ପୁନରୁଦ୍ଧାର ଦିଗରେ ନିରନ୍ତର ପ୍ରୟାସ ପାଇଁ ଜେନେଭାଠାରେ ତାଙ୍କୁ ଏହି ପୁରସ୍କାର ମିଳିଥିଲା। ନିଜର କାର୍ଯ୍ୟଦକ୍ଷତା ପାଇଁ ସେ ୨୦୧୦ରେ ‘ୟୁଥ୍‌ ଲିଡରଶିପ୍‌’, ୨୦୧୧ରେ ‘ଗୁଗଲ୍‌ ଆଲୁମ୍‌ନି ଇମ୍ପାକ୍ଟ’, ୨୦୦୨ରେ ନେକ୍ସଟ ଜେନେରେଶନ ଲିଡର ଭାବେ ସେ ମନୋନୀତ ହୋଇଥିଲେ। ଏଥିସହିତ ଅରୁଣ ତାଙ୍କର ମନୋମୁଗ୍ଧକର ଭାଷଣ ପାଇଁ ମଧ୍ୟ ବେଶ୍‌ ଜଣାଶୁଣା। ତାଙ୍କ ଅଭିଭାଷଣରେ ନଦୀ, ହ୍ରଦ, ବନ୍ୟପ୍ରାଣୀଙ୍କ ସୁରକ୍ଷା ସର୍ବଦା ପ୍ରାଥମିକତା ପାଇଥାଏ। ଧରିତ୍ରୀ’ ପକ୍ଷରୁ ନଭେମ୍ବର ୨୪ରେ ଆୟୋଜିତ ହେବାକୁ ଥିବା ଯୁବ ସମ୍ମିଳନୀରେ ପରିବେଶବିତ୍‌ ଅରୁଣ କ୍ରିଷ୍ଣମୂର୍ତ୍ତି ମଡରେଟର ଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?