ଆରମ୍ଭ ହେଲା ଧରିତ୍ରୀ ୟୁଥ୍ କନକ୍ଲେଭର ‘ଗ୍ରୀନ୍ ହିରୋଜ ସମିଟ୍’

ଭୁବନେଶ୍ୱର,୨୩।୧୧: ଆରମ୍ଭ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୫। ଧରିତ୍ରୀ ଯୁବ ସମ୍ମିଳନୀର ପଞ୍ଚମ ସଂସ୍କରଣର ପ୍ରଥମ ଦିନ ଭୁବନେଶ୍ୱରର ପ୍ରେସ୍‌ କ୍ଲବରେ ଅନୁଷ୍ଠିତ ହୋଇଛି। ବର୍ତ୍ତମାନ କ୍ଲାଇମେଣ୍ଟ ଗ୍ରାଣ୍ଟର ଆବେଦନକାରୀମାନେ ରେଜିଷ୍ଟ୍ରେଶନ କରୁଛନ୍ତି।

ଏହି ଗ୍ରୀନ ହିରୋ ସମିଟ୍‌ ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ ହେବାକୁ ଥିବା ଏହି ସମ୍ମିଳନୀ ଯୁବପିଢ଼ିଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ବାଣ୍ଟିବା, ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲହେବା ସହ ଜଳବାୟୁ ପରିବର୍ତ୍ତନ ମୁକାବିଲା ପାଇଁ କାର୍ଯ୍ୟକ୍ଷମ ସମାଧାନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ। ବିଶ୍ୱ ପରିବେଶ ନୀତି ଏବଂ କାର୍ଯ୍ୟକୁ ସୁସଂଗଠନ ସହିତ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ। ଧରିତ୍ରୀ ଯୁବ ସମ୍ମିଳନୀ ଜଳବାୟୁ ପରିବର୍ତ୍ତନ ପାଇଁ ସୃଜନଶୀଳ ଏବଂ ପ୍ରଭାବଶାଳୀ ସମାଧାନ ବିକାଶ କରିବାରେ ଯୁବପିଢ଼ିଙ୍କ ମଧ୍ୟରେ ସମ୍ଭାବନା ସୃଷ୍ଟି କରିବାରେ ସହାୟକ ହେବ। ଏହି କନକ୍ଲେଭରେ ବିଶେଷଜ୍ଞଙ୍କ ପ୍ୟାନେଲ ଆଲୋଚନା ସହିତ ପ୍ରମୁଖ ପରିବେଶବିତ ଏବଂ ସଂଗଠନ ସହ ନେଟୱର୍କିଂ ସୁଯୋଗ ପ୍ରଦାନ କରାଯିବ। ଅଂଶଗ୍ରହଣକାରୀମାନେ ପ୍ରସିଦ୍ଧ ବିଶେଷଜ୍ଞମାନଙ୍କଠାରୁ ଶିଖିବା, ଚିନ୍ତାଧାରା ଆଦାନପ୍ରଦାନ କରିବା ଆଦିର ସୁଯୋଗ ପାଇବେ। ଏଥି ସହ ସଂଧ୍ୟାରେ ପ୍ରସିଦ୍ଧ ସଙ୍ଗୀତଜ୍ଞଙ୍କ ଦ୍ୱାରା ପରିବେଶ ବିଷୟବସ୍ତୁ ଉପରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri