Dharitri Youth Conclave 2025: ହାତୀଙ୍କ ସାଥୀ ଦେବବ୍ରତ ସ୍ବାଇଁ

ଧରିତ୍ରୀ ୟୁଥ୍‌ କନକ୍ଲେଭ ର ପଞ୍ଚମ ସଂସ୍କରଣ ନଭେମ୍ବର ୨୪ରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ ହେବାକୁ ଥିବା ଏହି ସମ୍ମିଳନୀ ଯୁବପିଢ଼ିଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ବାଣ୍ଟିବା, ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲହେବା ସହ ଜଳବାୟୁ ପରିବର୍ତ୍ତନ ମୁକାବିଲା ପାଇଁ କାର୍ଯ୍ୟକ୍ଷମ ସମାଧାନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ। ବିଶ୍ୱ ପରିବେଶ ନୀତି ଏବଂ କାର୍ଯ୍ୟକୁ ସୁସଂଗଠନ ସହିତ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ। ଧରିତ୍ରୀ ଯୁବ ସମ୍ମିଳନୀ ଜଳବାୟୁ ପରିବର୍ତ୍ତନ ପାଇଁ ସୃଜନଶୀଳ ଏବଂ ପ୍ରଭାବଶାଳୀ ସମାଧାନ ବିକାଶ କରିବାରେ ଯୁବପିଢ଼ିଙ୍କ ମଧ୍ୟରେ ସମ୍ଭାବନା ସୃଷ୍ଟି କରିବାରେ ସହାୟକ ହେବ। ଏହି କନ୍‌କ୍ଲେଭ୍‌ରେ ବିଶେଷଜ୍ଞଙ୍କ ପ୍ୟାନେଲ୍‌ ଆଲୋଚନା ସହିତ ପ୍ରମୁଖ ପରିବେଶବିତ୍‌ ଏବଂ ସଂଗଠନ ସହ ନେଟୱର୍କିଂ ସୁଯୋଗ ପ୍ରଦାନ କରାଯିବ। ଅଂଶଗ୍ରହଣକାରୀମାନେ ପ୍ରସିଦ୍ଧ ବିଶେଷଜ୍ଞମାନଙ୍କଠାରୁ ଶିଖିବା, ଚିନ୍ତାଧାରା ଆଦାନପ୍ରଦାନ କରିବା ଆଦିର ସୁଯୋଗ ପାଇବେ। ଏଥି ସହ ସନ୍ଧ୍ୟାରେ ପ୍ରସିଦ୍ଧ ସଙ୍ଗୀତଜ୍ଞଙ୍କ ଦ୍ୱାରା ପରିବେଶ ବିଷୟବସ୍ତୁ ଉପରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଆୟୋଜନ ହେବ।

ହାତୀଙ୍କ ସୁରକ୍ଷା, ସେମାନଙ୍କ ସଂରକ୍ଷଣ ଏବଂ ବିଶେଷକରି ମଣିଷ-ହାତୀ ସଂଘର୍ଷ ହ୍ରାସ ନେଇ ଉତ୍ସର୍ଗୀକୃତ ସଂଗଠନ ସେଭ୍‌ ଏଲିଫ୍ୟାଣ୍ଟ ଫାଉଣ୍ଡେଶନର ପ୍ରତିଷ୍ଠାତା ହେଉଛନ୍ତି ଦେବବ୍ରତ ସ୍ବାଇଁ। ସେ ଜଣେ ଅବସରପ୍ରାପ୍ତ ଭାରତୀୟ ବନସେବା ଅଧିକାରୀ ଏବଂ ଓଡ଼ିଶା ଲୋକାୟୁକ୍ତର ପୂର୍ବତନ ସଦସ୍ୟ। ଫାଉଣ୍ଡେଶନ ଜରିଆରେ ଦେବବ୍ରତ ଓଡ଼ିଶା ଏବଂ ଏହାର ସୀମାବର୍ତ୍ତୀ ଅଞ୍ଚଳରେ ବୃଦ୍ଧି ପାଉଥିବା ମଣିଷ-ହାତୀ ସଂଘର୍ଷର ସମାଧାନ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିମନ୍ତେ ସକ୍ରିୟ ଭାବେ ଯୋଗଦାନ କରିଆସୁଛନ୍ତି। ଏଥିସହ ସ୍ଥାନୀୟ ଗ୍ରାମବାସୀ ଏବଂ ବନ ବିଭାଗ ମଧ୍ୟରେ ବିଶ୍ୱାସ ଦୃଢ଼ କରିବା, ସମ୍ପ୍ରଦାୟ ସମ୍ପର୍କ ଏବଂ ଜନସଚେତନତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ହାତୀମାନଙ୍କ ଗତିବିଧିକୁ ତଦାରଖ କରିବା ପାଇଁ ଫାଉଣ୍ଡେଶନ ପକ୍ଷରୁ କରିଡର ପଦଯାତ୍ରା କରାଯାଉଛି। ଏହାବାଦ୍‌ ସେ ଜଣେ ଉଚ୍ଚକୋଟୀର ଲେଖକ। ତାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ସିକ୍ରେଟସ୍‌ ଅଫ୍‌ ଶିମିଳିପାଳ: ଏ ଓ୍ବାଣ୍ଡରଲ୍ୟାଣ୍ଡ୍‌ ଅଫ୍‌ ଏଲିଫାଣ୍ଟସ୍‌ ଆଣ୍ଡ ମେଲାନିଷ୍ଟିକ୍‌ ଟାଇଗର୍ସ’ ଅନେକ ଆଦୃତି ଲାଭ କରିଛି। ଧରିତ୍ରୀ ଯୁବ ସମ୍ମିଳନୀରେ ପ୍ୟାନେଲିଷ୍ଟ ଭାବେ ଯୋଗଦେଇ ଦେବବ୍ରତ ନିଜର ଅଭିମତ ପ୍ରକାଶ କରିବା ସହ ନିଜର ଅଭିଜ୍ଞତା ବଖାଣିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri