Dharitri Youth Conclave 2025: ସବୁଜିମା ସୁରକ୍ଷାର ଅନନ୍ୟ ନାୟିକା ପରିବେଶବିତ୍‌ ଚାମୀ ମୁର୍ମୁ

ଧରିତ୍ରୀ ୟୁଥ୍‌ କନକ୍ଲେଭ ର ପଞ୍ଚମ ସଂସ୍କରଣ ନଭେମ୍ବର ୨୪ରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ବିଶ୍ୱର ଯୁବ ଜଳବାୟୁ ପ୍ରବକ୍ତାମାନଙ୍କୁ ଏକତ୍ରିତ କରିବାର ଏକ ପ୍ରମୁଖ ମାଧ୍ୟମ ସାଜିଛି। ‘ଜଳବାୟୁ ପରିବର୍ତ୍ତନ: ଫାଇଣ୍ଡିଂ ସଲ୍ୟୁଶନ’ ବିଷୟବସ୍ତୁ ଆଧାରରେ ଆୟୋଜନ ହେବାକୁ ଥିବା ଏହି ସମ୍ମିଳନୀ ଯୁବପିଢ଼ିଙ୍କ ମଧ୍ୟରେ ଅଭିନବ ଚିନ୍ତାଧାରା ବାଣ୍ଟିବା, ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲହେବା ସହ ଜଳବାୟୁ ପରିବର୍ତ୍ତନ ମୁକାବିଲା ପାଇଁ କାର୍ଯ୍ୟକ୍ଷମ ସମାଧାନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାଟ୍‌ଫର୍ମ ଭାବେ କାର୍ଯ୍ୟ କରିବ। ବିଶ୍ୱ ପରିବେଶ ନୀତି ଏବଂ କାର୍ଯ୍ୟକୁ ସୁସଂଗଠନ ସହିତ ଭବିଷ୍ୟତ ପଦକ୍ଷେପ ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ। ଧରିତ୍ରୀ ଯୁବ ସମ୍ମିଳନୀ ଜଳବାୟୁ ପରିବର୍ତ୍ତନ ପାଇଁ ସୃଜନଶୀଳ ଏବଂ ପ୍ରଭାବଶାଳୀ ସମାଧାନ ବିକାଶ କରିବାରେ ଯୁବପିଢ଼ିଙ୍କ ମଧ୍ୟରେ ସମ୍ଭାବନା ସୃଷ୍ଟି କରିବାରେ ସହାୟକ ହେବ। ଏହି କନ୍‌କ୍ଲେଭ୍‌ରେ ବିଶେଷଜ୍ଞଙ୍କ ପ୍ୟାନେଲ୍‌ ଆଲୋଚନା ସହିତ ପ୍ରମୁଖ ପରିବେଶବିତ୍‌ ଏବଂ ସଂଗଠନ ସହ ନେଟୱର୍କିଂ ସୁଯୋଗ ପ୍ରଦାନ କରାଯିବ। ଅଂଶଗ୍ରହଣକାରୀମାନେ ପ୍ରସିଦ୍ଧ ବିଶେଷଜ୍ଞମାନଙ୍କଠାରୁ ଶିଖିବା, ଚିନ୍ତାଧାରା ଆଦାନପ୍ରଦାନ କରିବା ଆଦିର ସୁଯୋଗ ପାଇବେ। ଏଥି ସହ ସନ୍ଧ୍ୟାରେ ପ୍ରସିଦ୍ଧ ସଙ୍ଗୀତଜ୍ଞଙ୍କ ଦ୍ୱାରା ପରିବେଶ ବିଷୟବସ୍ତୁ ଉପରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଆୟୋଜନ ହେବ।

ଧରିତ୍ରୀ ପକ୍ଷରୁ ଆୟୋଜିତ ହେବାକୁ ଥିବା ଯୁବ ସମ୍ମିଳନୀରେ ଯୋଗଦେବେ ପରିବେଶକର୍ମୀ ଚାମୀ ମୁର୍ମୁ। ଗଛ ଲଗାଇବା କ୍ଷେତ୍ରରେ ତାଙ୍କର ଅସାଧାରଣ ପ୍ରୟାସ ପାଇଁ ସାରା ଭାରତରେ ସେ ବେଶ୍‌ ଜଣାଶୁଣା। ୧୯୭୩ରେ ଜନ୍ମିତ ଚାମୀ ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାର ବାଗ୍ରାଇସାଇ ଗ୍ରାମର ବାସିନ୍ଦା। ୧୯୯୬ରେ ସେ ଆରମ୍ଭ କରିଥିଲେ ତାଙ୍କର ମିଶନ୍‌। ଇତି ମଧ୍ୟରେ ସେ ୫ଶହରୁ ଊର୍ଦ୍ଧ୍ୱ ଗ୍ରାମରେ ପ୍ରାୟ ୩୦ଲକ୍ଷରୁ ଊର୍ଦ୍ଧ୍ୱ ଗଛ ଲଗାଇ ସାରିଛନ୍ତି। ସେ କାଠମାଫିଆ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ମଧ୍ୟ ଜଙ୍ଗଲ ସୁରକ୍ଷା ପାଇଁ ନିର୍ଭୀକ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କର ଏଭଳି ପ୍ରୟାସ ଜଙ୍ଗଲ କ୍ଷୟକୁ ପ୍ରତିହତ କରିବାରେ ସଫଳ ହୋଇଛି। ଅନେକ ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ତାଙ୍କର ତୃଣମୂଳ ଆନ୍ଦୋଳନ ଏବେ ଏକ ବିପ୍ଳବରେ ପରିଣତ ହୋଇଛି। ହଜିଯାଇଥିବା ସବୁଜିମାର ପୁନରୁଦ୍ଧାର ଏବଂ ସମାଜ ପାଇଁ ସ୍ଥାୟୀ ଭବିଷ୍ୟତ ପ୍ରଦାନ ଆଶାରେ ଚାମୀ ପ୍ରଥମେ ତାଙ୍କ ଗ୍ରାମରେ ଚାରା ରୋପଣ ଆରମ୍ଭ କରିଥିଲେ। ପରେ ତାଙ୍କର ଏହି ପ୍ରୟାସକୁ ଅନ୍ୟମାନେ ପ୍ରୋତ୍ସାହିତ କରିଥିଲେ। ୨୦୨୦ରେ ସେ ପ୍ରାୟ ୩,୦୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କୁ ନେଇ ‘ସହଯୋଗୀ ମହିଳା ବାଗରାଇସାଇ’ ନାମକ ଏକ ସଂଗଠନ ଗଢ଼ିଛନ୍ତି। ଏହି ସଂଗଠନ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ କାର୍ଯ୍ୟ କରୁଛି। ଛେଳି, କୁକୁଡ଼ା ପାଳନ ସହିତ ଆଧୁନିକ ଚାଷ ମାଧ୍ୟମରେ ଆତ୍ମନିର୍ଭର ହେବା ସହ ପରିବେଶ ସୁରକ୍ଷା ଏବଂ ସାମାଜିକ ସଶକ୍ତୀକରଣ ପାଇଁ ଉତ୍ସର୍ଗୀକୃତ। ତାଙ୍କର ଅବଦାନ କେବଳ ପରିବେଶକୁ ପୁନରୁଦ୍ଧାର କରିନାହିଁ ବରଂ ସମ୍ପ୍ରଦାୟ ନେତୃତ୍ୱାଧୀନ ସଂରକ୍ଷଣ ପ୍ରୟାସର ଗୁରୁତ୍ୱ ଉପରେ ସଚେତନତା ବୃଦ୍ଧି କରିଛି। ଏଭଳି ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ଚାମୀଙ୍କୁ ୨୦୨୪ରେ ଭାରତର ‘ପଦ୍ମଶ୍ରୀ’ ଉପାଧିରେ ଭୂଷିତ କରାଯାଇଥିଲା। ଏହା ପୂର୍ବରୁ ୨୦୧୯ରେ ଅନ୍ତଃରାଷ୍ଟ୍ରୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତିଙ୍କ ଦ୍ୱାରା ‘ନାରୀ ଶକ୍ତି ପୁରସ୍କାର’ରେ ସେ ସମ୍ମାନିତ ହୋଇଥିଲେ। ସେହିପରି ଚାମୀ ତାଙ୍କର ସହଯୋଗୀ କର୍ମୀ ଯମୁନା ଟୁଡୁଙ୍କ ସହ ମିଶିବା ନେଇ ପୂର୍ବରୁ ଘୋଷଣା କରିଛନ୍ତି। ଯାହାଙ୍କ ସହ ସେ ଝାଡ଼ଖଣ୍ଡର ଜଙ୍ଗଲ ସୁରକ୍ଷା ପାଇଁ କାମ କରି ‘ଲେଡି ଟାର୍ଜନ’ ଉପାଧି ପାଇଥିଲେ। ଏହି ଦୁଇ ମହିଳା ଅଧିକ ସମ୍ପ୍ରଦାୟ ସହିତ ସହଯୋଗ କରି ସମ୍ପୃକ୍ତ ଅଞ୍ଚଳରେ ବ୍ୟାପକ ପରିବେଶ ଆନ୍ଦୋଳନ ସୃଷ୍ଟି କରି ସେମାନଙ୍କର ପ୍ରଭାବକୁ ବିସ୍ତାର କରିବାକୁ ପ୍ରୟାସ ଜାରି ରଖିଛନ୍ତି।
ନଭେମ୍ବର ୨୪ରେ ଚାମୀ ମୁର୍ମୁ ଭୁବନେଶ୍ୱରରେ ଆୟୋଜିତ ‘ଧରିତ୍ରୀ’ ଯୁବ ସମ୍ମିଳନୀର ୫ମ ସଂସ୍କରଣରେ ‘ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର’ ପାଇବେ। ଏହି ପୁରସ୍କାର ପରିବେଶ ସଂରକ୍ଷଣରେ ତାଙ୍କର ଦଶନ୍ଧି ଧର ଜାରି ରହିଥିବା କାର୍ଯ୍ୟ ଏବଂ ଜଙ୍ଗଲ କ୍ଷୟ ବିରୋଧରେ ଲଢ଼େଇ, ବିଶେଷକରି ମହିଳାମାନଙ୍କୁ ସଶକ୍ତ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସମ୍ମାନିତ କରୁଛି। ଧରିତ୍ରୀ ଯୁବ ସମ୍ମିଳନୀ ଉତ୍କୃଷ୍ଟ ପରିବର୍ତ୍ତନକାରୀଙ୍କୁ ସ୍ବୀକୃତି ଦେବା ଏବଂ ଏହି ପୁରସ୍କାର ତାଙ୍କ ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟ ଭାବେ ଉଭା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri