କରୋନାରେ ଗଲା ଆଉ ଜଣେ ବିଧାୟକଙ୍କ ଜୀବନ

ଜୟପୁର,୧୯।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଗତ ୩ ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀ ଆଉ କେତେ ଯେ ଦୁର୍ଦ୍ଦଶା ଦେଖାଇବ ତାହା କଳ୍ପନା ବି କରିହେବ ନାହିଁ। ଇତିମଧ୍ୟରେ କରୋନାରେ ଆଉ ଜଣେ ବିଧାୟକଙ୍କ ପରଲୋକ ଘଟିଛି। ବୁଧବାର ରାଜସ୍ଥାନ ପ୍ରତାପଗଡ଼ ଜିଲାର ଧରିଆବାଦ ବିଧାନସଭା ଆସନର ଭାଜପା ବିଧାୟକ ଗୌତମଲାଲ ମିନାଙ୍କ କରୋନାରେ ମୃତ୍ୟୁ ହୋଇଛି। ମୀନା ହେଉଛନ୍ତି ରାଜ୍ୟର ଚତୁର୍ଥ ବିଧାୟକ ଯାହାଙ୍କର କରୋନାରେ ମୃତ୍ୟୁ ହୋଇଛି। ପୂର୍ବରୁ ଆଉ ୩ଜଣ ବିଧାୟକଙ୍କ ମୃତ୍ୟୁ ମଧ୍ୟ କରୋନାଜନିତ ହୋଇଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ମିନା କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କୁ ମେ’୧୬ରେ ଉଦୟପୁର ମହାରାଣା ଭୂପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥାରେ ଅବନତି ହେବାରୁ ଗତ ୨ଦିନରୁ ତାଙ୍କୁ ଭେଣ୍ଟିିଲେଟରରେ ରଖାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମିନାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ, ଭାଜପା ପ୍ରଦେଶ ଅଧ୍ୟକ୍ଷ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri